ବିଂଝାରପୁର ନିର୍ବାଚନ ମଣ୍ଡଳୀର ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା

ଓଡିଶା ତାଜା ନ୍ୟୁଜ୍ ( ୧୪ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ଭୁବନେଶ୍ୱର ଉଠା ଜଳସେଚନ ନିଗମର କାର୍ଯ୍ୟାଳୟ ଠାରେ ଓଡ଼ିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ଏବଂ ସରକାରୀ ମୁଖ୍ୟ ସଚେତକ ତଥା ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପସ୍ଥିତିରେ ବିଂଝାରପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉଠା ଜଳସେଚନ ପ୍ରକଳ୍ପ ସଂପର୍କରେ ସବିଶେଷ ଆଲୋଚନା କରାଯାଇଥିଲା । କୋଭିଡ୍‌ ସ୍ଥିତିରେ ଜୀବନ ଓ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୃଷିର ଉନ୍ନତି ଓ କୃଷକଙ୍କ କଲ୍ୟାଣ ପାଇଁ ଜଳସେଚନ ଉପରେ ଗୁରୁତ୍ୱ

ଦେଉଥିବା ବେଳେ ବିଂଝାରପୁର ନିର୍ବାଚନ ମଣ୍ଡଳୀରେ ଜଳସେଚନ ସୁବିଧା ନିମନ୍ତେ ସମସ୍ତ ପଦକ୍ଷେପ ନେବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ନୂତନ ପ୍ରକଳ୍ପଗୁଡ଼ିକୁ ଅଗ୍ରାଧିକାର ଭିତ୍ତିରେ ଧାର୍ଯ୍ୟ ସମୟସୀମା ମଧ୍ୟରେ ସଂପୂର୍ଣ୍ଣ କରିବା ସହିତ ପୁରାତନ ପ୍ରକଳ୍ପଗୁଡ଼ିକର ପୁନରୁଦ୍ଧାର ଉପରେ ବୈଠକରେ ବିଶେଷ ଭାବେ ଆଲୋକପାତ କରାଯାଇଛି । ଏହି ବୈଠକରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ବୈଷୟିକ) ଇଂ. ବିକ୍ରମ କେଶରୀ ସ୍ୱାଇଁ, କଟକ ସର୍କଲର ଅଧୀକ୍ଷଣ ଯନ୍ତ୍ରୀ ମାନସ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version