୧୪୧ଟି ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ, ଏବଂ ଆରକ୍ଷୀ ଅଧିକ୍ଷିକା;୫ଟି ଅଭିଯୋଗର ହେଲା ତତ୍କାଳ ସମାଧାନ
0୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ (ଭା. ପ୍ର.ସେ.), ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଶ୍ରୀମତୀ ଏସ. ସୁଶ୍ରୀ (ଭା.ପୋ.ସେ.) ,ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ହୋଇଥିବା ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ୧୦ଟି ବ୍ଲକ ଏବଂ ସଦରମହକୁମାର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଜନଶୁଣାଣୀ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ (ଭା. ପ୍ର.ସେ.), ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଓ.ପ୍ର.ସେ.,(ବ), ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଓ.ପ୍ର.ସେ.,(ବ) ବାରିପଦା ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଈଶ୍ବର ଚନ୍ଦ୍ର ନାୟକ (ଓ.ପ୍ର.ସେ.)ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିଲା I
