ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ

0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ପାରଳାଖେମୁଣ୍ଡି  :-> ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ତିତ ଗଜପତି ଷ୍ଟାଡିୟମ ଠାରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ – ୨୦୨୪ ଆୟଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ଇଂ ରୂପେଶ କୁମାର ପାଣିଗ୍ରାହୀ,

ମୋହନା ବିଧାୟକ ଦାଶରଥି ଗୋମାଙ୍ଗ ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ବିଜୟ କୁମାର ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ ଏବଂ ଅତିରିକ୍ତ ଜିଲ୍ଲା ପାଳ ରାଜେନ୍ଦ୍ର ମିଞ୍ଜ ଯୋଗ ଦେଇଥିଲେ । ଏହି ଅବସରେ ୯୩୫ ଜଣ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଏବଂ ମାନପତ୍ର ପ୍ରଦାନ କରାଯାଇଥିଲା ।

Exit mobile version