0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ପ୍ରଖ୍ୟାତ ଦାର୍ଶନିକ,ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ବାଲିଗୁଡା ବ୍ଲକର ମିଡ଼ିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା, ସହକାରୀ ଶିକ୍ଷୟିତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ଏବଂ ସେହିପରି ନାଡ଼ାପାଟାଙ୍ଗା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଜନୀ କାନ୍ତ ଦାସ, ମମତା ଦଳବେହେରା, ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଓ ବଦନା ମଲ୍ଲିକ ଙ୍କ ସମେତ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ l

