0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ବାର୍ଷିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି । କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୧୫୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୦୨ ଟାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ରଣପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ ଯୋଗଦେଇ ଦୈନନ୍ଦିନ ଜୀବନରେ ବିଜ୍ଞାନର ବ୍ଯବହାର ବିଷୟରେ ଆଲୋଚନା କରିବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଅଭିଭାବକମାନେ ନିଜ ନିଜର ଶିଶୁମାନଙ୍କୁ ଅନ୍ଧ ବିଶ୍ବାସରୁ ଦୂରେଇ ଉପଯୁକ୍ତ ସଂସ୍କାରରେ ଗଢିବା ପାଇଁ ନିବେଦନ କରିଥିଲେ ।

