0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କ୍ଳବ୍ ର ସଭାପତି ଶ୍ରୀକାନ୍ତ କୁମାର ଖଟେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଶିକ୍ଷକ ମାନେ ଆଗାମୀ ଭବିଷ୍ଯତ ଶିଶୁ ମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକ ମାନେ ହେଉଛନ୍ତି ସମାଜର ଆଲୋକ ବର୍ତ୍ତିକା ବୋଲି କହିଥିଲେ।

