Home ଓଡ଼ିଶା ସୁଭଦ୍ରା ଯୋଜନା କାର୍ଯ୍ୟ ଅଗ୍ରଗତି ନେଇ ନିୟମିତ ତଦାରଖ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ପ୍ରସ୍ତୁତି ସଂପର୍କରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା ସୂଚନା, ଶିକ୍ଷା ଓ ଯୋଗାଯୋଗ ପାଇଁ ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ପରିକ୍ରମା କରିବ ସଚେତନତା ରଥ 0୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଆଜି ସଂଧ୍ୟା ସୁଦ୍ଧା କାର୍ଯ୍ୟ ଅଗ୍ରଗତି କିପରି ରହିଛି , ସେ ସଂପର୍କରେ ରାଜସ୍ୱ ଆୟୁକ୍ତ, ଜିଲ୍ଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହିତ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଭାସୀ ବୈଠକ ମାଧ୍ୟମରେ ସ୍ଥିତି ସମୀକ୍ଷା କରିଛନ୍ତି । ଲୋକସେବା ଭବନସ୍ଥିତ ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସମେତ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ, ସୂଚନା ଓ ଲୋକ ସଂପର୍କ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆଦି ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ ଏବଂ ଭୁବନେଶ୍ୱର ମହାନଗର ନିଗମ କମିଶନରଙ୍କ ସମେତ ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ । ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ପ୍ରମୁଖ ଶାସନ ସଚିବ ମଧ୍ୟ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବୈଠକରେ ସୁଭଦ୍ରା ଯୋଜନା ସଂପର୍କିତ ସୂଚନା, ଶିକ୍ଷା ଓ ଯୋଗାଯୋଗ(ଆଇଇସି) ଉପରେ ଗୁରୁତ୍ୱ ଦିଆଯାଇଥିଲା । ୧୭ ତାରିଖରେ ସୁଭଦ୍ରା ଯୋଜନା ରାଜ୍ୟସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ । ଏହି କାର୍ଯ୍ୟକ୍ରମରେ ପଂଚାୟତ, ବ୍ଲକ, ଜିଲ୍ଲା, ପୌରାଂଚଳ, ମହାନଗର ନିଗମ ସ୍ତରରେ ପ୍ରଦର୍ଶନ ହେବା ନିମନ୍ତେ ପ୍ରସ୍ତୁତି ସଂପର୍କରେ ଆଲୋଚନା କରାଯାଇଥିଲା । ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ ସଚେତନତା ରଥ ସେପ୍ଚେମ୍ବର ୭ ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ସଚେତନତା ରଥ କେଉଁ ରାସ୍ତାରେ ପରିଭ୍ରମଣ କରିବ, ତାହାର ନକ୍ସା ଅଂଚଳର ଜନପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ଜଣାଯିବ, ଫଳରେ ଜନପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ । ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ । ସବୁ କମନ ସର୍ଭିସ୍ ସେଣ୍ଚର ଏବଂ ମୋ ସେବା କେନ୍ଦ୍ରରେ ସୂଚନା ପ୍ରଚାର ପତ୍ର ଉପଲବ୍ଧ ହେବା ସହିତ ପୋଷ୍ଟର,ବ୍ୟାନର ଆଦି ଲଗାଯିବ । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ରଗୁଡ଼ିକ ଯେପରି ଶୃଙ୍ଖଳିତ ଭାବେ ପରିଚାଳିତ ହେବ, ଅତ୍ୟଧିକ ଜନ ଗହଳି ହେବ ନାହିଁ, ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି । କୌଣସି ଅପରେଟରମାନଙ୍କୁ ଫର୍ମ ଦାଖଲ ପାଇଁ ଆବେଦନକାରୀଙ୍କୁ ଟଙ୍କା ଦେବାକୁ ପଡିବ ନାହିଁ । ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କୁ ପ୍ରଦାନର ଶୁଭାରମ୍ଭ କରାଯିବାକୁ ଥିବାରୁ ଏଥିପାଇଁ ଅଦ୍ୟାବଧି କେତେ ଫର୍ମ ବିତରଣ କରାଯାଇଛି, କେତେ ସଂଗୃହିତ ହୋଇ ପୋର୍ଟାଲରେ ଅପଲୋଡ୍ କରାଯାଇଛି , ତାହାର ସମୀକ୍ଷା କରାଯାଇଥିଲା । ସଂଗୃହିତ ଫର୍ମ ଗ୍ରାମ ପଂଚାୟତଓ୍ୱାରୀ ଅଲଗା ଅଲଗା କରାଯାଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନ୍ୟାଦେଶ ପର୍ଯ୍ୟନ୍ତ ରହିବ । ଅଦ୍ୟାବଧି ରାଜ୍ୟରେ ପ୍ରାୟ ୪୦ ହଜାର କମନ ସର୍ଭିସ୍ ସେଣ୍ଚର ଏବଂ ମୋ ସେବା କେନ୍ଦ୍ରରେ ଶିବିର କରାଯାଇ ଫର୍ମ ସଂଗ୍ରହ କରାଯାଉଛି । ସମସ୍ତ କେନ୍ଦ୍ରର ତଦାରଖ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟ ପକ୍ଷରେ ନକଲି ଓେୱେବ୍ ସାଇଟ୍ ରେ ଯେପରି ଆବେଦନକାରୀ ଆବେଦନ ନ କରନ୍ତି, ତାହାକୁ ନିଶ୍ଚିତ କରିବା ସହିତ ଏହା ଜଣା ପଡିଲେ ତୁରନ୍ତ ରାଜ୍ୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଅଧିକାରୀଙ୍କୁ ସୁଭଦ୍ରା ଯୋଜନା ସଂପର୍କିତ ଏକ୍ସ (ଟ୍ୱିଟର),ଇନଷ୍ଟାଗ୍ରାମ, ଫେସବୁକ ଏବଂ ୟୁଟ୍ୟୁବରେ ସୋସିଆଲ ମିଡିଆ ହ୍ୟାଣ୍ଡେଲକୁ ଫଲୋ କରିବା ସହିତ ପ୍ରକୃତ ତଥ୍ୟ ଅନୁସରଣ କରିବା , ଜିଲ୍ଲାସ୍ତରରେ, ବ୍ଲକ ଓ ବିଭିନ୍ନ ସ୍ତରରେ ପ୍ରେସ୍ ବିବୃତ୍ତି ମାଧ୍ୟମରେ ଗଣମାଧ୍ୟମ ଜରିଆରେ ଜନସାଧାରଣ ତଥା ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ସଠିକ ସୂଚନା ପ୍ରଦାନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଆହୁରି ମଧ୍ୟ ଏହି ବୈଠକରେ ଆଗାମୀ ସେପ୍ଟେମ୍ବର ୧୭ ତାରିଖରୁ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ ହେଉଥିବାରୁ ଏ ସଂପର୍କରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ସବିଶେଷ ସୂଚନା ପ୍ରଦାନ କରିବା ସହିତ ସଂପୃକ୍ତ ସମସ୍ତ ବିଭାଗର ସହଯୋଗ ପାଇଁ ଆବଶ୍ୟକ ସୂଚନା ଦେଇଥିଲେ । ‘ସ୍ୱଚ୍ଛତା ହିଁ ସେବା’ ପକ୍ଷ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହା ଅକ୍ଟୋବର ୨ ତାରିଖରେ ‘ସ୍ୱଚ୍ଛ ଭାରତ ଦିବସ’ ଉପଲକ୍ଷେ ‘ସ୍ୱାଭିମାନ ସ୍ୱଚ୍ଛତା – ସଂସ୍କାର ସ୍ୱଚ୍ଛତା’ ଥିମ ଉପରେ ପର୍ଯ୍ୟବସିତ ହେବା ସଂପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ପାଢୀ ସୂଚନା ପ୍ରଦାନ କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ବିଫଳତା ହିଁ ସଫଳତାର ପ୍ରଥମ ପାହାଚ : ଡ. କଲାମଙ୍କ ଆଦର୍ଶରେ ଅନୁପ୍ରାଣିତ ହେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 16, 2026 ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ ଇତିହାସ ... by Proprietor Abhimanyu Maharana October 16, 2026 ଗ୍ରାମୀଣ ଡାକ ସେବକଙ୍କ ଦିନିକିଆ ଧାରଣା : ଦରମା ସଂଶୋଧନ ଓ ପେନ୍ସନ୍ ଦାବିରେ ସରଗରମ ଭୁବନେଶ୍ୱର by Proprietor Abhimanyu Maharana October 15, 2026 ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ by Proprietor Abhimanyu Maharana October 15, 2026 ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ "ସୁରଭି-୨୦୨୬" ଉଦଯାପିତ by Proprietor Abhimanyu Maharana October 15, 2026 ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ by Proprietor Abhimanyu Maharana October 15, 2026