0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି l ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଟାଉନର ଫ୍ରେଣ୍ଡସ ଗ୍ରୁପ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଶିକ୍ଷା ନିକେତନ, ଓ ମିଡ଼ିଆକିଆ ର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ପୂଜା ଓ ସାଜସଜ୍ଜା ତଥା ଆଲୋକ ତୋରଣ ମନଲୋଭା ସହ ଆକର୍ଷଣୀୟ ହୋଇ ପାରିଥିଲା l

