0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୂର୍ବାହ୍ନରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଶ୍ରୀଯୁକ୍ତ ଦେବବ୍ରତ ସାହୁ ଶ୍ରୀମନ୍ଦିର ପ୍ରଶାସନର ଉନ୍ନୟନ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି । ଏହି ଅବସରରେ ପ୍ରଶାସନର ଅଧିକାରୀ ତଥା କର୍ମଚାରୀଙ୍କ ଉପସ୍ଥିତିରେ ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ ନୂତନ ଉନ୍ନୟନ ପ୍ରଶାସକଙ୍କୁ ମହାପ୍ରଭୁଙ୍କ ଲାଗି ପାଟବସ୍ତ୍ର ଦେଇ ସ୍ଵାଗତ କରିଥିଲେ l

