0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଜିଲ୍ଲାପାଳଙ୍କ ସଦ୍ଭାବନା ଗୃହ ଠାରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ପୋଷଣ ମାସ ପାଳନ ହୋଇଯାଇଛି। ଜିଲ୍ଲା ସମାଜ ମଙ୍ଗଳ ଅଧକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଅଧ୍ୟକ୍ଷତା କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ନେତ୍ରାନନ୍ଦ ମଲ୍ଲିକ ସଭାପତିତ୍ୱ କରିଥିଲେ । ସୂଚନା ଥାଉକି ସେପ୍ଟେମ୍ବର ୧ ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ପୋଷଣ ମାସ ପାଳନ କରାଯିବ ଏବଂ ଜିଲ୍ଲାର ସମସ୍ତ ସ୍ଥାନରେ ଯେପରି କୌଣସି ମା କିମ୍ବା ଶିଶୁ କୁ-ପୋଷଣର ଶିକାର ନ ହୁଅନ୍ତୁ ତାହା ହେଉଛି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ।

