Home ଓଡ଼ିଶା ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବର ତୃତୀୟ ସଂଧ୍ୟା ଓଏସ୍ ଅରୁଣଙ୍କ କର୍ଣ୍ଣାଟକୀ ସଙ୍ଗୀତରେ ଦର୍ଶକ ବିମୋହିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp 0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ସୃଜନ – ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଏବଂ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଆୟୋଜିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ତୃତୀୟ ସନ୍ଧ୍ୟା ଅବିସ୍ମରଣୀୟ ତଥା ସୌନ୍ଦର୍ଯ୍ୟପୂର୍ଣ୍ଣ ଥିଲା । ପ୍ରଖ୍ୟାତ କର୍ଣ୍ଣାଟକୀ କଣ୍ଠଶିଳ୍ପୀ ଡକ୍ଟର ଓଏସ୍ ଅରୁଣ ଓ ତାଙ୍କ ସହଯୋଗୀ ଶିଳ୍ପୀଙ୍କ ଆଭିମୁଖ୍ୟରେ କର୍ଣ୍ଣାଟକୀ କଣ୍ଠସଙ୍ଗୀତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ରବିନ୍ଦ୍ର ମଣ୍ଡପର ପ୍ରେକ୍ଷାଳୟରେ । ଏହି ନୃତ୍ୟ, ସଙ୍ଗୀତ ଏବଂ ସମ୍ମାନ ଉତ୍ସବର ତୃତୀୟ ସନ୍ଧ୍ୟାରେ ସମ୍ମାନିତ ଅତିଥି ଭାବେ ଯାଜପୁର ଲୋକ ସଭା କ୍ଷେତ୍ରର ମାନ୍ୟବର ସାଂସଦ ଡକ୍ଟର ରବିନ୍ଦ୍ର ନାରାୟଣ ବେହେରା ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଚିବ ଶ୍ରୀଯୁକ୍ତ ପ୍ରବୋଧ ରଥ ବିଶିଷ୍ଟ ହିନ୍ଦୁସ୍ତାନୀ କଣ୍ଠଶିଳ୍ପୀ ତଥା ସଙ୍ଗୀତ ରଚୟିତା ଗୁରୁ (ଡକ୍ଟର) ମହେଶ୍ୱର ରାଓ ବିଶିଷ୍ଟ ହିନ୍ଦୁସ୍ତାନୀ କଣ୍ଠଶିଳ୍ପୀ ତଥା ସଙ୍ଗୀତ ରଚୟିତା ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କଳା ପରିବେଷଣ (ହିନ୍ଦୁସ୍ତାନୀ କଣ୍ଠଶିଳ୍ପୀ)ର ଅଧ୍ୟାପକ ଗୁରୁ ଦେବେନ୍ଦ୍ର ନାରାୟଣ ଶତପଥୀ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ଇଞ୍ଜିନିୟରିଂ ଓ ଟେକ୍ନୋଲୋଜି ବିଭାଗର ଅଧ୍ୟାପକ ପ୍ରଫେସର (ଡକ୍ଟର) ରବିନାରାୟଣ ଶତପଥୀ ବରିଷ୍ଟ ଆଇନଜୀବି ତଥା ରାଜନେତା ଶ୍ରୀଯୁକ୍ତ ପ୍ରିୟରଞ୍ଜନ ଦାସ ଏବଂ ସୃଜନର ନିର୍ଦ୍ଦେଶକ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କଳା, ଯୋଗାଯୋଗ ଓ ଇଣ୍ଡିଜ ଷ୍ଟଡିଜ୍ ଅଧ୍ୟାପକ ଗୁରୁ ରତିକାନ୍ତ ମହାପାତ୍ର ଯୋଗଦେଇ ପ୍ରଦୀପ ପ୍ରଜ୍ୱୋଳନ ପରେ ସଂଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ତୃତୀୟ ସନ୍ଧ୍ୟାରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପର୍ଣ୍ଣ କର୍ଣ୍ଣାଟକୀ କଣ୍ଠଶିଳ୍ପୀ କଲାଇମାମଣି ଓଏସ୍ ଅରୁଣଙ୍କ ଦ୍ୱାରା କର୍ଣ୍ଣାଟକୀ ଶାସ୍ତ୍ରୀୟ ସଙ୍ଗୀତ ପରିବେଷିତ ହୋଇଥିଲା । ତାଙ୍କ ସହିତ ବାଦ୍ୟଯନ୍ତ୍ର ବେହେଲାରେ ଡକ୍ଟର ବୈଦ୍ରୀନାରାୟଣନ୍, ମୃଦଙ୍ଗମ୍ରେ ଏମ୍ଏସ୍ ଭେଙ୍କଟସୁବ୍ରମଣ୍ୟମ୍ ଏବଂ ତବଲାରେ ଇ. ମାର୍ଟିନ୍ ପ୍ରଥମେ ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ତ୍ରୟୋଦଶ ବର୍ଷର ସମ୍ମାନ ଉତ୍ସବରେ ଏହି ବିଶିଷ୍ଟ ସଙ୍ଗୀତଜ୍ଞମାନଙ୍କର ସୁସଙ୍ଗତ ସମନ୍ୱୟରେ କର୍ଣ୍ଣାଟକୀ ସଙ୍ଗୀତ ପରିବେଷଣ ଉତ୍ସବଟିକୁ ଦ୍ୱିଗୁଣିତ କରିଥିଲା । ଓଏସ୍ ଅରୁଣଙ୍କ ପରିବେଷଣରେ ତାଙ୍କର କଣ୍ଠର ଯାଦୁକରୀ ସ୍ପର୍ଶ ସହିତ ଭକ୍ତିର ମହତ୍ୱକୁ ଶାସ୍ତ୍ରୀୟତା ସହିତ ମିଶ୍ରଣ କରିଥିଲା ଯାହାକୁ ଦର୍ଶକ ବେଶ୍ ପସନ୍ଦ କରିଥିଲେ । ଶ୍ରୀ ଦେବୀପ୍ରସାଦ ମିଶ୍ରଙ୍କ ଦ୍ୱାରା କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସହିତ ଗୁରୁ ରତିକାନ୍ତ ମହାପାତ୍ରଙ୍କ ଦ୍ୱାରା ସମଗ୍ର ଉତ୍ସବଟିକୁ ସଂକଳ୍ପିତ ଏବଂ ପରିକଳ୍ପନା କରାଯାଇଥିଲା । ଏହି କାର୍ଯ୍ୟକ୍ରମଟିକୁ ଡଃ. ମୃତ୍ୟୁଞ୍ଜୟ ରଥ ପରିଚାଳନା କରିଥିଲେ । ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବକୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସମର୍ଥନ କରିଛନ୍ତି । ଏମ୍.ଜି.ଏମ୍ ମିନେରାଲ୍ସ ଏବଂ ଶାଲିମାର କେମିକାଲ୍ ୱାର୍କସ୍ ଲିମିଟେଡ୍ଙ୍କ ଠାରୁ ଅନୁଦାନ ଗ୍ରହଣ କରାଯାଇଛି । ଶାଲିମାର୍ କୋକାନଟ୍ ଅଏଲ୍, ନାଲକୋ, ଏସ୍.ବି.ଆଇ, ଇମ୍ଫା, ପ୍ରିୟଦର୍ଶିନୀ ହାଣ୍ଡଲୁମ୍ ଏବଂ ପାରାଦୀପ ଫସଫେଟ୍ ଲିମିଟେଡ୍ ଉତ୍ସବର ପ୍ରାୟୋଜକ ଅଟନ୍ତି । ଏହି ଉତ୍ସବର ଆତିଥ୍ୟକୁ ରୋଏଲେ ମିଡଟାଉନ୍ ହୋଟେଲ ପ୍ରଦାନ କରୁଛନ୍ତି । ଏହି ଉତ୍ସବର ଧରିତ୍ରୀ, ଓଡ଼ିଶା ପୋଷ୍ଟ ଏବଂ ନର୍ଥକୀ ଡଟ୍ କମ୍ ଯଥାକ୍ରମେ ମିଡିଆ ପାର୍ଟନର ଏବଂ ୱେବ୍ ପାର୍ଟନର ଅଟନ୍ତି । Categories: ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମନୋରଞ୍ଜନ, ମହାନଗର, ହୋମ୍ Related Content ଗ୍ରାମୀଣ ଡାକ ସେବକଙ୍କ ଦିନିକିଆ ଧାରଣା : ଦରମା ସଂଶୋଧନ ଓ ପେନ୍ସନ୍ ଦାବିରେ ସରଗରମ ଭୁବନେଶ୍ୱର by Proprietor Abhimanyu Maharana October 15, 2026 ଅଦାଲତର ଜବାବ୍ ତଲବ ପରେ, ପ୍ରତ୍ନତତ୍ତ୍ୱ କର୍ତ୍ତୃପକ୍ଷ କୋଣାର୍କ ମନ୍ଦିର ପ୍ରସ୍ଥାନ ଖୋଲିଲେ by Proprietor Abhimanyu Maharana October 15, 2026 ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ "ସୁରଭି-୨୦୨୬" ଉଦଯାପିତ by Proprietor Abhimanyu Maharana October 15, 2026 ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ by Proprietor Abhimanyu Maharana October 15, 2026 Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery by Proprietor Abhimanyu Maharana October 15, 2026 ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ ! by Proprietor Abhimanyu Maharana October 15, 2026