Home ଓଡ଼ିଶା ଚଳିତ ମାସ ୧୪ ତାରିଖରେ ବର୍ଷର ଜିଲ୍ଲାସ୍ତରୀୟ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ସେପ୍ଟେମ୍ବର ମାସ ୧୪ତାରିଖ ଦିନ ଗଜପତି ଜିଲ୍ଳାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ସମେତ ଜିଲ୍ଲାର ଆର.ଉଦୟଗିରି , ମୋହନା ଓ କାଶୀନଗର ଠାରେ ଥିବା ଅଦାଲତ ମାନଙ୍କରେ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅବସରରେ ସଂପୃକ୍ତ ଅଦାଲତ ମାନଙ୍କରେ ପ୍ରାୟ ସମସ୍ତ ପ୍ରକାରର ପ୍ରାକ ସ୍ତରୀୟ ମକଦ୍ଦମା ଓ ରହିଥିବା ବିଚାରାଧୀନ ମକଦ୍ଦମା ଯଥା ଫୌଜଦାରୀ( ସାଲିସ ଯୋଗ୍ୟ) , ଚେକ୍ ବାଉଁଶ , ବ୍ୟାଙ୍କ ଋଣ , ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ , ଶ୍ରମ ବିବାଦ , ଲୋକସେବା ସମ୍ବନ୍ଧୀୟ ମାମଲା , ବୈବାହିକ ବିବାହ ( ଛାଡ଼ପତ୍ର ବ୍ୟତୀତ) , ପାରିବାରିକ ବିବାଦ , ଜମି ଅଧିଗ୍ରହଣ , ଚାକିରୀ ସମ୍ବନ୍ଧୀୟ( ପେନସନ) , ରାଜସ୍ବ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମାମଲା ଗୁଡ଼ିକର ବିଚାରଣା କରାହେବ ।ଲୋକ ଅଦାଲତରେ ମକଦ୍ଦମା ଅବା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡ଼ିବ ନାହିଁ । ଲୋକ ଅଦାଲତଙ୍କ ରାୟ ବୈଧ ଓ ଚୂଡାନ୍ତ ।ଦୀର୍ଘ ଦିନ ଧରି ଚାଲୁ ରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଉପଚାରରୁ ନିସ୍ତାର ପାଇବା ପାଇଁ ଏହା ଏକ ସୁଯୋଗ ଏହି ସମ୍ପର୍କରେ ସବିଶେଷ ବିବରଣୀ ଜାଣିବା ନିମନ୍ତେ ପାରଳାଖେମୁଣ୍ଡି ସ୍ଥିତ ନୂତନ ଜିଲ୍ଲା କୋର୍ଟ ପରିସରରେ ଥିବା ଜିଲ୍ଲା ଆଇନସେବା ପ୍ରାଧିକରଣ ସମେତ ଜିଲ୍ଲାର ରା: ଉଦୟଗିରି , ମୋହନା ଏବଂ କାଶୀନଗର ତାଳୁକା ସ୍ତରୀୟ ଥିବା ଆଇନସେବା କମିଟି କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବା ପାଇଁ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଅନୁରୋଧ କରାଯାଇଛି । Categories: ଓଡ଼ିଶା, ଗଜପତି, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026