Home ଓଡ଼ିଶା ଚିଲିକାରେ ପାଣି ତୋଳା ଯାତ୍ରା ସାରି ବାହୁଡ଼ିଲେ ମା’ ଭଗବତୀ,ଦୁର୍ଗା ଅଷ୍ଟମୀରୁ ମା’ଙ୍କ ଶୟନ ଆରମ୍ଭ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା :-> ଭାରତ ସହିତ ଅନ୍ୟାନ୍ୟ ଦେଶରେ ଥିବା ୧୦୮ ଶକ୍ତିପୀଠ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ଭଗବତୀଙ୍କ ଶକ୍ତି ପୀଠ ପ୍ରାଚୀନ ପରମ୍ପରା ବହନ କରୁଥିବା ଏକ ପ୍ରଖ୍ୟାତ ପୀଠ । ଏହିପୀଠର ମହାତ୍ମ୍ୟ, ପର୍ବପର୍ବାଣୀ,ଜାନିଯାତ୍ରା ,ନୀତିକାନ୍ତି ଅନ୍ୟାନ୍ୟ ପୀଠମାନଙ୍କ ଠାରୁ ସଂପୂର୍ଣ୍ଣ ନିଆରା। ସବୁଜାନିଯାତ୍ରା, ପର୍ବ ପର୍ବାଣୀର ଦେବୀଙ୍କର ମାନବୀୟ ଲୀଳାର ପରିପ୍ରକାଶ ଦେଖିବାକୁ ମିଳେ । ଯେମିତିକା ଭାଦ୍ରବ ଶୁକ୍ଳ ସପ୍ତମୀରେ ମା’ଙ୍କ ପାଣି ତୋଳା ଯାତ୍ରା ସହିତ ଚିଲିକାରେ ନୌବିହାର ଏବଂ ଭଉଣୀ କାଳିଜାଇ ଙ୍କୁ ଚଳିତ ଶାରଦୀୟ ପର୍ବକୁ ଆମନ୍ତ୍ରଣ ତାର ନିଛକ ବିଶ୍ୱାସ । ମା’ଙ୍କ ଚାରିଦିଗରେ ଚାରିଭଉଣୀ ଯଥା ପୂର୍ବରେ କାଳିଜାଇ , ପଶ୍ଚିମରେ ବିରିଜାଇ, ଦକ୍ଷିଣରେ ନାରାୟଣୀ, ଓ ଉତ୍ତରରେ ଶିଦ୍ଦେଶ୍ଵରୀ ରହି ମା’ଙ୍କ ପୀଠର ସୁରକ୍ଷା କାରିଣୀ ଭାବରେ ପୂଜା ପାଇ ଆସୁଥିବାରୁ ମା’ଭଗବତୀ ଶାରଦୀୟ ପର୍ବକୁ ସମସ୍ତଙ୍କୁ ନିମନ୍ତ୍ରଣ କରି ଆଜ୍ଞାମାଳ ଆଣିବାର ବିଶ୍ଵାଶନୀୟ ପରମ୍ପରା କାହିଁ କେଉଁ କାଳରୁ ଚଳି ଆସିଛି । ବର୍ଷର ବିଭିନ୍ନ ମାସରେ ବିଭିନ୍ନ ଦିଗକୁ ଯାତ୍ରା କରିଭଉଣୀମାନଙ୍କ ସହିତ ଆଧାତ୍ମିକ ସଂପର୍କ ସ୍ଥାଲପନ ସହିତ ସେମାନଙ୍କ ସହିତ ପର୍ବପର୍ବାଣୀଜାନିଯାତ୍ରାରେ ଏକାଠି ହେବା ଏକ ମାନବୀୟ ଲୀଳାର ଏକ ଅନନ୍ୟ ପରମ୍ପରା, I ଲଳିତା ସପ୍ତମୀରଗୋଧୂଳୀଲଗ୍ନରେ ମା’ଙ୍କ ଚଳନ୍ତି ପ୍ରତିମା ସ୍ତମ୍ଵେଶ୍ଵରୀ କାଠି ଠାକୁରାଣୀ ନିଜର ସମସ୍ଥ ସେବାୟତଙ୍କ ସହିତ ଘଣ୍ଟଛତା କାହାଳୀ ଢ଼ୋଲବାଦନରେ ପିତ୍ରାଳୟଦକ୍ଷେଶ୍ଵର ମନ୍ଦିରରୁ ବାହାରି ବିରାଟ ଥାଟପଟୁଆର ବାଜାରୋଷଣୀ ରେ ଜଗନ୍ନାଥପୁର ,ବିଷର ପାଟଣା,ଅନ୍ତର କିଆରୀ, ଅଲାଇଡ଼ିହ, ଗୋପୀନାଥପୁର, ବାଲୁଗାଁ ପାଟଣା ସାହି, ଗୁଣ୍ଡୁରୁପୁର, ସାମନ୍ତରାପୁର ଦେଇ ଚିଲିକା କୂଳରେ ପହଞ୍ଚିବା ପରେ ପୂର୍ବରୁ ପ୍ରସ୍ତୁତ ସୁସଜ୍ଜିତନୈକାରେ ମଶାଲତି, ଘଣ୍ଟୁଆ , କାହାଳିଆ, ପାଳିଆ ମାଳି, ଓ ପୂଜକ ସାଆନ୍ତ ସହିତ ନିଯୋଗୀ ସେବାୟତଙ୍କୁ ନେଇ ରାତ୍ରିର ଘନ ଅନ୍ଧକାର ଭିତରେ ଚିଲିକାରେ ନୌବିହାର କରିଥିଲେ l ତେଣେ ଚିଲିକାର ଆରାଧ୍ୟା ମା କାଳିଜାଇଙ୍କ ପୀଠରେ ପାରିକୁଦ ରାଜା ସନ୍ତୋଷ ଚନ୍ଦ୍ର ମାନସିଂ ହରିଶ୍ଚନ୍ଦ୍ରଓ ସେବାୟତମାନେ ମା’ଙ୍କୁଆଳତି ବନ୍ଦାପନା କରି ମା’ଙ୍କ ଆଜ୍ଞାମାଳକୁ ଗୋଟିଏ ସୁସଜ୍ଜିତ ଆଟିକାରେ ରଖି ଦୀପଲଗାଇ ଚିଲିକା ଜଳରେ ଭସାଇ ଦେଇଥିଲେ। ଚିଲିକା ଢେଉରେ ଆଜ୍ଞାମାଳ ସହ ଆଟିକାଟି ଭାସିଭାସି ଆସୁଥିବାବେଳେ ମା’ଭଗବତୀଙ୍କ ନୌକାର ମଙ୍ଗରେ ପୂଜକ ସାଆନ୍ତ ମଙ୍ଗଳକଳଶ’ଦୀପ ଧୂପନୈବେଦ୍ୟ ସ୍ଥାପନ କରି ମା’ କାଳିଜାଇ ଙ୍କୁ ଆରତିବନ୍ଦାପନା ସହିତମା’ଙ୍କ ଜୟଧ୍ଵନୀ କରି ଘନ ଅନ୍ଧକାର ଭିତରେଚିଲିକା ପାଣିରୁ ବିଶ୍ୱାସର ସହିତ ଆଜ୍ଞାମାଳ ତୋଳି ଧରି କଳାଶାଢ଼ିରେ ବାନ୍ଧି କୂଳକୁ ଫେରିଥିଲେ । ଆଜ୍ଞାମାଳକୁପାଣିରୁ ତୋଳି ଧରିବା ବା ଉଠାଇ ଆଣିବାର ପରମ୍ପରାକୁ “ପାଣି ତୋଳା”ଯାତ୍ରା ବୋଲି ବିଶ୍ୱାସ କରାଯାଏ l ତତ୍ ପରେ ଦୁଇ ଭଉଣୀ ବାଟରେ ସାମନ୍ତରାପୁରର ବିଭୂତି ସାମନ୍ତରା ଓ ଗ୍ରାମବାସୀଙ୍କ ତରଫରୁ ପ୍ରସ୍ତୁତଖେଚଡ଼ିସ ମାଛ ପୋଡ଼ା କାକରାଅଟକାଳି ଭୋଗଲାଗି ହୋଇ ବାଟରେ ଦଧିବାମନ ମନ୍ଦିର, ଗୁଣ୍ଡରୁପୁର,ପାଟଣା ସାହି ମଠ, ଏବଂ ଶେଷରେ ଅନ୍ତର କିଆରୀ ଗ୍ରାମବାସୀଙ୍କ ଦ୍ଵାରା ପ୍ରସ୍ତୁତ ଚିତା କର୍ଷକସମୁହ ପନ୍ତିଭୋଗ ସେବନ କରିବାପରେ ବାଟରେ ଜଗନ୍ନାଥପୁର ର ଶ୍ରଦ୍ଧାଳୁଓ ବାପଘର ପରିଚ୍ଛାଙ୍କ ଘରମାନଙ୍କରେ ଭୋଗ ସେବନ ସହିତ ମନ୍ଦିରକୁ ବାହୁଡା ବିଜେ କରି ଶୟନ ଅଷ୍ଟମୀରେ ଶୟନ ବିଧିପାଇଁ ମା’ଙ୍କ ଖଟଶେଜପଲଙ୍କ ସଜକରାଯାଇଥିଲା। ପରେ ପୂଜକ ସାଆନ୍ତ ଓ ପାଳିଆ ମାଳି, କାଠିନାହାକ କାଠିଠାକୁରାଣିଙ୍କ ଠାରୁ ପାଟ୍ଟଶାଢି ସଂପୂର୍ଣ୍ଣ ଓଲାଗି କରି ଶୟନ ବିଧି କରି ମନ୍ଦିର ପ୍ରତିମା କନକ ଦୁର୍ଗାଙ୍କୁ ପଲଙ୍କ ଉପରେ ଶୟନ କରାଇଥିଲେ । ଜଗତ ଜନନୀ ମା’ଭଗବତୀ ସର୍ବଶେଷରେ ଶୟନ କରିଥିବାରୁ ଏହି ସମୟରେ ମନ୍ଦିରରେ ଧୂପ ଆଳତିରେ ଘଣ୍ଟକାହାଳି ବାଜା ବାଜିବା ସଂପୂର୍ଣ୍ଣମନା। ଆଶ୍ୱିନ କୃଷ୍ଣ ଅଷ୍ଟମୀ ବା ମୂଳାଷ୍ଟମୀରୁ ସହଶ୍ର କୁମ୍ଭବରଣ କରାଯାଇ ଦେବୀଙ୍କୁଶୟନ ରୁ ଉତଥାନ ପରେ ପର୍ବ ଆରମ୍ଭ ହେବାର ପରମ୍ପରା ଏହି ଶକ୍ତି ପୀଠ ର ମହାନ ପର୍ବ ଭାବରେ ପରିଚିତ। ମା’ଙ୍କ ଏହି ଯାତ୍ରାକୁ ଶୁଙ୍ଖଳିତ କରିବାପାଇଁ ସ୍ଥାନୀୟ ବାଣପୁର ବାଲୁଗାଁ ପ୍ରଶାସନ, ମନ୍ଦିର ପରିଚାଳନା କମିଟି,ବାଣପୁର ଓ ବାଲୁଗାଁ ଥାନାଧିକାରୀ, ଦୁଇ ବିଜ୍ଞାପିତ ଅଞ୍ଚଳ ପରିଷଦର କର୍ମକର୍ତ୍ତା, ସମସ୍ତ ଗ୍ରାମବାସୀ ବୃନ୍ଦ ଏବଂ ଦେବୋତ୍ତର କାର୍ଯ୍ୟାଳୟର ସମସ୍ଥ କର୍ମକର୍ତ୍ତା ସହଯୋଗ କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ "ସୁରଭି-୨୦୨୬" ଉଦଯାପିତ by Proprietor Abhimanyu Maharana October 15, 2026 ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ by Proprietor Abhimanyu Maharana October 15, 2026 Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery by Proprietor Abhimanyu Maharana October 15, 2026 ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ ! by Proprietor Abhimanyu Maharana October 15, 2026 ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ by Proprietor Abhimanyu Maharana October 15, 2026 Mass Rally for ADHD Awareness by Proprietor Abhimanyu Maharana October 15, 2026