୧୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୂଆଗାଁ ବ୍ଲକର ଡିମିରିପାଲ୍ଲୀ ସରକାରୀ (ଏସ ଏସ ଡି) ଉଚ୍ଚ ବିଦ୍ୟାଳୟରେ ନୟାଗଡ ଜିଲ୍ଲାର ଆଶ୍ରମ ଓ ସେବାଶ୍ରମରେ କାର୍ଯ୍ୟରତ ସେବକ ଓ ସେବିକାମାନଙ୍କର ଏକ ଚାରି ଦିବସୀୟ ବହୁଭାଷୀ ପ୍ରଶିକ୍ଷଣ ଶିବିର ତା ୧୧.୦୯.୨୦୨୪ ରିଖ ଦିନ ଉଦଘାଟନ ହୋଇଯାଇଛି । ଆଦିବାସୀ ଭାଷା ସଂକୃତି ଏକାଡେମୀ,ଭୁବନେଶ୍ବର ଏବଂ ଅନୂସୁଚିତ ଜନଜାତି ଅନୂସୁଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଶିବିରରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଭାଷା ଗବେଷକ ତଥା ଭାଷାବିତ୍ ଡ. ପରମାନନ୍ଦ ପଟେଲ,

