୧୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ “ସ୍ଵଚ୍ଛତା ହିଁ ସେବା” ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଡ଼.ଗୁଣନିଧି ନାୟକ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା ଓ ସେଞ୍ଚୁରୀୟନ୍ ବିଶ୍ୱବିଦ୍ୟାଳୟର ନିର୍ଦ୍ଧଶକ ଶ୍ରୀ ଦୁର୍ଗା ପ୍ରସାଦ ପାଢୀ ପ୍ରମୁଖ ଯୋଗଦେଇଥିଲେ।

