୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ୍ଷୁଦ୍ର ଜଳସେଚନ ଉପ-ବିଭାଜନ ଅଧିନରେ ବାଲିଗୁଡା ବ୍ଲକ ସମେତ ତୁମୁଡିବନ୍ଧ, କୋଟଗଡ ଓ କ.ନୂଆଗାଁ ଅଞ୍ଚଳରେ ଥିବା ଘାଇ ଗୁଡ଼ିକର ରକ୍ଷଣା ବେକ୍ଷଣ ଅଭାବରୁ ଭଙ୍ଗାରୁଜା ଅବସ୍ଥାରେ ରହିଥିବାରୁ ଜଳସେଚନ ବାଧାପ୍ରାପ୍ତ ହେଉଥିବା ବିଷୟ ଚାଷୀ ମାନେ ଅଭିଯୋଗ କରି ଚିନ୍ତାରେ ରହିଛନ୍ତି । ଏହି କାର୍ଯ୍ୟାଳୟ ଅଧୀନରେ ରହିଛି ୧୨ଟି ଘାଇ । କିନ୍ତୁ ଘାଇ ଗୁଡ଼ିକର ନିୟମିତ ରକ୍ଷଣା ବେକ୍ଷଣ ଅଭାବରୁ ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ଚାଙ୍ଗୁଡୁବାଲି ଓ ବାଲିଗୁଡା ସହରରେ ଥିବା ଜାପିମାସ୍କା ଘାଇ ଭଗ୍ନ ଅବସ୍ଥାରେ ରହିଛି । କେନାଲ ସାହାଯ୍ୟରେ ଜଳସେଚନ ହୋଇପାରୁନି ।

