Home ଓଡ଼ିଶା ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ : ଖେଳ ଶିକ୍ଷକଙ୍କ ମାଡ଼ରେ ପାଞ୍ଚ ଛାତ୍ରୀ ଲହୁ ଲୁହାଣ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )ବାଲିଗୁଡ଼ା :-> ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ । ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ପାଞ୍ଚ ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା । ସୂଚନା ପ୍ରକାରେ ବୁଧବାର ବିଦ୍ୟାଳୟ ପରିସରରେ ମଧ୍ୟାହ୍ନ ଭୋଜନ ଖାଇବା ସମୟରେ ଛାତ୍ରୀଙ୍କ ମଧ୍ୟରେ ଥଟା ମଜା ହେଉଥିବା ବେଳେ ଖେଳ ଶିକ୍ଷକ ରୋହିତ କୁମାର ଗୌଡ଼ ଉତକ୍ଷିପ୍ତ ହୋଇ ବାଡ଼ିରେ ପାଞ୍ଚ ଜଣ ଛାତ୍ରୀଙ୍କୁ ନିର୍ଦ୍ଧୁମ ମାଡ଼ ମାରିଥିଲେ । ଛାତ୍ରୀମାନେ ଘରକୁ ଯିବାପରେ ଘଟଣା ସମ୍ପର୍କରେ ବାପା ମା’ ଙ୍କୁ ଜଣାଇଥିଲେ । ଗୁରୁବାର ସକାଳୁ ପରିବାର ଲୋକେ ଛାତ୍ରୀକୁ ନେଇ ବୁଡାଗୁଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଇବା ପରେ ସ୍କୁଲରେ ପହଁଚିଥିଲେ । କିନ୍ତୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା ଅନୁପସ୍ଥିତ ଥିବା ବେଳେ ଛାତ୍ରୀଙ୍କୁ ମାଡ଼ ଘଟଣାକୁ ନେଇ ଉଭୟ ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ କିଛି ସମୟ ଯୁକ୍ତିତର୍କ ହୋଇଥିବା ଦେଖିବାକୁ ମିଳିଛି । ଘଟଣାକୁ ନେଇ ବିଦ୍ୟାଳୟ କର୍ତ୍ତୁପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନଥିବା ବେଳେ ମାଡ଼ ମାରିଥିବା ଘଟଣାକୁ ସ୍ବୀକାର କରିଛନ୍ତି ଖେଳ ଶିକ୍ଷକ ରୋହିତ କୁମାର ଗୌଡ଼ । ସେପଟେ ଏକଥା ଦିନକର ନୁହେଁ, ବିଭିନ୍ନ ସମୟରେ ଆମକୁ ବିଦ୍ୟାଳୟର କିଛି ଶିକ୍ଷକ ଶିକ୍ଷୟତ୍ରୀ ଏଭଳି ମାଡ଼ ମାରିବା ସହ ଗାଳିଗୁଲଜ କରୁଥିବା କହିଛନ୍ତି ଛାତ୍ରୀ । ଅନ୍ୟପଟେ ବାରମ୍ବାର ଆମ ପିଲାମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଉଛନ୍ତି ବିଦ୍ୟାଳୟର କିଛି ଶିକ୍ଷକ, ଶିକ୍ଷୟତ୍ରୀ ଏଣୁ ଏହି ବିଶ୍ଵବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଶିକ୍ଷା ଗ୍ରହଣ ଓ ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଣୁ ପ୍ରଶାସନ ଓ ବିଭାଗୀୟ ଉଚ୍ଚ କର୍ତ୍ତୁପକ୍ଷ ଏଥିପ୍ରତି ଦୃଷ୍ଟି ଦେବା ସହ ସମ୍ପୃକ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଭାବକ ମାନଙ୍କ ତରଫରୁ ଦାବୀ ହେଉଛି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content Odiapreneur 3.0 State-Level Hackathon Inaugurated at IIT Bhubaneswar by Proprietor Abhimanyu Maharana October 1, 2026 ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026