Home ଓଡ଼ିଶା ବିଧାନସଭା ପରେ ନିର୍ବାଚନମଣ୍ଡଳୀରେ ପ୍ରଭାତୀ ପରିଡାଙ୍କୁ ଭବ୍ୟ ସ୍ୱାଗତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp • ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ • ସୁଭଦ୍ରାକୁ ନେଇ ନିମାପଡାରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା • ପ୍ରଭାତୀଙ୍କୁ ଖୋଲାଜିପ୍ ରେ ଶୋଭାଯାତ୍ରାରେ ନେବା ସମୟରେ ବିଶାଳ ଜନସମୁଦ୍ର • ବାଣିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ‘ମା’ ପାଇଁ ଗଛଟିଏ’ ଅଭିଯାନ ଅବସରରେ ଚାରା ରୋପଣ • ନିମାପଡ଼ା ବୁଦ୍ଧିଜୀବୀ ନାଗରିକ ମଞ୍ଚ ତରଫରୁ ଉପମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଗତକାଲି ବିଧାନସଭାର କାର୍ଯ୍ୟକାଳ ଶେଷହେବା ପରେ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିଜ ନିର୍ବାଚନମଣ୍ଡଳୀ ନିମାପଡା ଗସ୍ତ କରିଥିଲେ I ନିମାପଡାରେ ସୁଭଦ୍ରା ଯୋଜନାକୁ ନେଇ ଜନତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ଦେଖିବାକୁ ମିଳିଥିଲା I ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ଖୋଲାଜିପ୍ ରେ ଏକ ବିଶାଳ ଶୋଭାଯାତ୍ରାରେ ବିରାଟ ଜନ ସମୁଦ୍ର ଦ୍ୱାରା ସ୍ୱାଗତ କରାଯାଇଥିଲା I ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ ରହିଛି I ସୁଭଦ୍ରା ଯୋଜନାର ଶୁଭାରମ୍ଭକୁ ନେଇ ମା’ ଏବଂ ଭଉଣୀଙ୍କ ମଧ୍ୟରେ ଅକୁଣ୍ଠ ଉତ୍ସାହ ଦେଖିବାକୁ ମିଳିଥିଲା I ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କୁଅଁରପୁରର ଖେଲାର ବଜାରଠାରୁ ବାଣିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ମା’ ପାଇଁ ଗଛଟିଏ ଅଭିଯାନରେ ସାମିଲ ହୋଇଥିଲେ ଏବଂ ବାଣିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଚାରାଟିଏ ରୋପଣ କରିଥିଲେ I ପରେ ଶ୍ରୀମତୀ ପରିଡା ନିମାପଡ଼ା ବୁଦ୍ଧିଜୀବୀ ନାଗରିକ ମଞ୍ଚ ତରଫରୁ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେବା ସହ ଆତ୍ମୀୟ ସମ୍ବର୍ଦ୍ଧନା ପାଇଁ ନିମାପଡ଼ା ଅଞ୍ଚଳର ବୁଦ୍ଧିଜୀବୀମାନଙ୍କୁ କୃତଜ୍ଞତା ଜଣାଇଥିଲେ I ଆୟୋଜିତ ନାଗରିକ ସମ୍ବର୍ଦ୍ଧନା ସଭାରେ ଖେଲାର ଅଞ୍ଚଳର ୮୦ ଟି ସରକାରୀ ଓ ବେସରକାରୀ ଅନୁଷ୍ଠାନ ତରଫରୁ ସ୍ଥାନୀୟ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା I ସମ୍ବର୍ଦ୍ଧନା ସଭାରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନର କର୍ମକର୍ତା, ଛାତ୍ର ଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ସମେତ ସ୍ଥାନୀୟ ଅଂଚଳର ଅନେକ ବୁଦ୍ଧିଜୀବୀ ଓ ଜନସାଧାରଣ ଉପସ୍ଥିତ ଥିଲେ I Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ "ସୁରଭି-୨୦୨୬" ଉଦଯାପିତ by Proprietor Abhimanyu Maharana October 15, 2026 ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ by Proprietor Abhimanyu Maharana October 15, 2026 Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery by Proprietor Abhimanyu Maharana October 15, 2026 ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ ! by Proprietor Abhimanyu Maharana October 15, 2026 ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ by Proprietor Abhimanyu Maharana October 15, 2026 Mass Rally for ADHD Awareness by Proprietor Abhimanyu Maharana October 15, 2026