Home ଓଡ଼ିଶା ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ଓଡ଼ିଶା ୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ/ଭୁବନେଶ୍ୱର :-> ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ ୨୦୨୪’। ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରାଳୟ ଅଧୀନରେ ବାୟୋଟେକ୍ନୋଲୋଜି ବିଭାଗ ପକ୍ଷରୁ ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ କରାଯାଉଛି । ଏହା ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମରେ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଭାରତର ବର୍ତ୍ତମାନର ସ୍ଥିତି ଓ ଭବିଷ୍ୟତକୁ ନେଇ ବିଭିନ୍ନ ବୈଷୟିକ ସମ୍ମିଳନୀ ଓ ପ୍ରଦର୍ଶନୀ ଆୟୋଜନ କରାଯାଉଛି । ଏଥିରେ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗ ସାମିଲ ହୋଇ ରାଜ୍ୟର ଅନନ୍ୟ ଜୈବ ସମ୍ବଳ ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି । ଗ୍ଲୋବାଲ ବାୟୋ-ଇଣ୍ଡିଆ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ ଖୋଲାଯାଇଛି । ଏହାକୁ ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଉଦଘାଟନ କରିଛନ୍ତି । ଏହି ପାଭିଲିୟନରେ ରାଜ୍ୟର ବିଭିନ୍ନ ବାୟୋଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶଗ୍ରହଣ କରି ସେମାନଙ୍କ ଅଭିନବ ଜ୍ଞାନକୌଶଳ ଓ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି । ‘‘ବାୟୋଟେକ୍ନୋଲୋଜି କ୍ଷେତ୍ର ପାଇଁ ଓଡ଼ିଶାରେ ବିପୁଳ ସମ୍ଭାବନା ରହିଛି। ଘଞ୍ଚ ଅରଣ୍ୟ, ବିଭିନ୍ନ ଔଷଧୀୟ ବୃକ୍ଷରେ ଭରପୂର ପର୍ବତ, ହେନ୍ତାଳ ବଣ, ଚିଲିକା ହ୍ରଦ, ସୁଦୀର୍ଘ ବେଳାଭୂମି ଭଳି ପ୍ରାକୃତିକ ସମ୍ପଦ ରହିଛି । ଏହାକୁ ଆଧାରକରି ଆଗାମୀ ଦିନରେ ଓଡ଼ିଶାରେ କିପରି ବାୟୋଟେକ୍ନୋଲୋଜି ଶିଳ୍ପ ସ୍ଥାପନ ହୋଇପାରିବ ଏହା ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି । ଏଥିପାଇଁ ଆମେ ଦେଶ ବିଦେଶର ନିବେଶକମାନଙ୍କୁ ଓଡ଼ିଶାକୁ ଆମନ୍ତ୍ରଣ କରୁଛୁ’’, କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର ଓଡ଼ିଶା ପାଭିଲିୟନ ବୁଲି ଦେଖିବା ସହ ଷ୍ଟାର୍ଟଅପମାନଙ୍କ ଅଭିନବ ପଦକ୍ଷେପକୁ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ ଯୋଗ ଦେଇଥିଲେ। ସେ କହିଥିଲେ, ‘‘ବାୟୋଟେକ୍ନୋଲୋଜି କ୍ଷେତ୍ରକୁ ଓଡ଼ିଶା ସରକାର ବିଶେଷ ଗୁରୁତ୍ୱ ଦେଇ ଆସୁଛନ୍ତି । ଏହି କ୍ଷେତ୍ରକୁ ଆଗକୁ ନେବା ପାଇଁ ସ୍ୱତନ୍ତ୍ର ନୀତି ପ୍ରସ୍ତୁତ କରାଯାଇଛି । ବାୟୋଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ଓଡ଼ିଶାର ଷ୍ଟାର୍ଟଅପ ଗୁଡ଼ିକର ଅଭିନବ ଉତ୍ପାଦକୁ ପ୍ରୋତ୍ସାହନ ଦେବା ସହିତ ସେମାନଙ୍କୁ ନିବେଶକଙ୍କ ସହ ଯୋଡ଼ିବା ଲାଗି ଲକ୍ଷ୍ୟ ରଖାଯାଇଛି।’’ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀ, ବୈଜ୍ଞାନିକ ଏବଂ ବିଭିନ୍ନ ଷ୍ଟାର୍ଟଅପକୁ ନେଇ ଓଡ଼ିଶା ସରକାରଙ୍କ ଏକ ଟିମ୍ ଏହି କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି । ସେହିପରି ଓଡ଼ିଶାର ବାୟୋଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ବିଭିନ୍ନ ଉଚ୍ଚଶିକ୍ଷା ଓ ଗବେଷଣା ଅନୁଷ୍ଠାନର ମୁଖ୍ୟ ଓ ଅଧ୍ୟାପକମାନେ ଓଡ଼ିଶା ପାଭିଲିୟନ ବୁଲି ଦେଖିଛନ୍ତି । ବାୟୋଟେକ୍ନାଲୋଜି ଶିଳ୍ପର ପ୍ରସାର ଲାଗି ବିଭିନ୍ନ ରାଜ୍ୟ ଆଣିଥିବା ସ୍ୱତନ୍ତ୍ର ନୀତି ତଥା ନିବେଶ କାର୍ଯ୍ୟକ୍ରମକୁ ନେଇ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ’ କାର୍ଯ୍ୟକ୍ରମରେ ବିଭିନ୍ନ ଅଧିବେଶନ କରାଯାଉଛି । ଆସନ୍ତକାଲି ହେବାକୁ ଥିବା ‘ଷ୍ଟେଟ୍ ରାଉଣ୍ଡ ଟେବଲ୍’ ସମ୍ମିଳନୀରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍ ଯୋଗଦେବେ । ସେହିପରି ୧୪ ତାରିଖରେ ଭାରତର ସାମୁଦ୍ରିକ ସମ୍ବଳକୁ ନେଇ ‘ବ୍ଲୁ ଇକୋନମି’ ଶୀର୍ଷକରେ ଏକ ବିଶେଷ ଅଧିବେଶନ କରାଯିବ । ଏଥିରେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ସ୍ୱତନ୍ତ୍ର ଉପସ୍ଥାପନ କରିବେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ "ସୁରଭି-୨୦୨୬" ଉଦଯାପିତ by Proprietor Abhimanyu Maharana October 15, 2026 ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ by Proprietor Abhimanyu Maharana October 15, 2026 Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery by Proprietor Abhimanyu Maharana October 15, 2026 ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ ! by Proprietor Abhimanyu Maharana October 15, 2026 ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ by Proprietor Abhimanyu Maharana October 15, 2026 Mass Rally for ADHD Awareness by Proprietor Abhimanyu Maharana October 15, 2026