ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରଖି ଗସ୍ତ କାର୍ଯ୍ୟକ୍ରମ
ସୁଚାରୁରୂପେ ସଂପାଦନ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ
୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ଶୁଭାରମ୍ଭ ସହ ଅନ୍ୟ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ମାନ୍ୟବର ପ୍ରଧାନମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧.୩୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ପୂର୍ବାହ୍ନ ୧୧ ଟା ୫୫ ମିନଟ୍ ରେ ଜନତା ମଇଦାନ ଠାରେ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ଅପରାହ୍ନ ୩ ଟା ସମୟରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ଅନୁଷ୍ଠିତ କରାଯିବା ନେଇ ପ୍ରଶାସନିକ ସ୍ତରରେ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଜି ସକାଳେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
