୧୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗିରି :-> ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଆଜି ଦିନିକିଆ ମୋହନା ବ୍ଲକ ଗସ୍ତରେ ଆସି ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ସଙ୍ଗରେ ନେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳ ଙ୍କ ସହ ଜିଲ୍ଲା ଆଦିବାସୀ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ପ୍ରଶାସକ ଙ୍କ ସମେତ ମୋହନା ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ, ତହସିଲଦାର ସତ୍ୟବାନ ନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ଆଶିଷ କୁମାର ଶତପଥୀ ଙ୍କ ସମେତ ଗ୍ରାମ୍ୟ ଉନ୍ନୟନ ବିଭାଗର ବରିଷ୍ଟ ଯନ୍ତ୍ରୀ ପ୍ରମୁଖ ଜିଲ୍ଲାପାଳ ଙ୍କ ସହ ଗସ୍ତ କରି ସ୍ଥାନୀୟ ଲୋକଙ୍କ ସହ ପୁଙ୍ଖାନପୁଙ୍ଖ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ।

