୧୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବସ୍ତା :-> ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ନଦୀର ମଥାନୀଠାରେ ସକାଳ ୬ଟା ସୁଦ୍ଧା ଜଳସ୍ତର ୫.୯୮ ମିଟର ରହିଥିବାବେଳେ ତାହା କ୍ରମଶଃ ବୃଦ୍ଧି ପାଇ ସକାଳ ୭ଟାରେ ୬.୧୦ମିଟର, ୮ଟାରେ ୬.୧୭ମି., ୯ଟାରେ ୬.୨୨ ମି ଓ ପୂର୍ବାହ୍ଣ ୧୦ଟାରେ ୬.୨୬ ମିଟରରେ ପ୍ରବାହିତ ହେଉଛି। ତେବେ ଗତ ଦୁଇଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଯାହା ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।
