Home ଓଡ଼ିଶା ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା ତରଫରୁ ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଜିଲ୍ଲା ପ୍ରମୁଖ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୫୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୦୨ ଟାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡିଶାର ବରିଷ୍ଠ କାର୍ଯ୍ଯକର୍ତ୍ତା କୁରୁକ୍ଷେତ୍ର ଧାଙ୍ଗଡ ମାଝୀ ପର୍ଯ୍ଯବେକ୍ଷକ ଭାବେ ଯୋଗଦେଇ କୁନିକୁନି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଛାତ୍ରଛାତ୍ରୀ ବିଜ୍ଞାନ ଅନୁସନ୍ଧିତ୍ସୁ ହେବା ପାଇଁ ପରାମର୍ଶ ଦେଇଥିଲେ । ବିଜ୍ଞାନ ମେଳାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଆଜିର ବିଜ୍ଞାନ ମେଳା ପ୍ରକଳ୍ପ ଗୁଡିକୁ ମୂଲ୍ଯାୟନ କରିବା ପାଇଁ ବିଚାରକ ତଥା ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପଦାର୍ଥ ବିଜ୍ଞାନ ଅଧ୍ଯାପକ ଶରତ ଚନ୍ଦ୍ର ନାୟକ, ଏମ. ଜି. ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ, ବିରୁଡାର ପ୍ରଧାନ ଶିକ୍ଷକ ଦୁର୍ଗାକାନ୍ତ ଆଚାର୍ଯ୍ୟ,ପିଣ୍ଡିକେଶ ଆଞ୍ଚଳିକ ମହାବିଦ୍ୟାଳୟର ଜୀବ ବିଜ୍ଞାନ ଅଧ୍ଯାପକ ଆଲୋକ ଚନ୍ଦ୍ର ସାମନ୍ତରାୟ ଯୋଗଦେଇ ପ୍ରକଳ୍ପ ଗୁଡିକୁ ମୂଲ୍ଯାୟନ କରିଥିଲେ । ବରିଷ୍ଠ ବର୍ଗରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ଶୁଭଶ୍ରୀ ବେହେରା ପ୍ରଥମ ହୋଇଥିଲା ବେଳେ ଆର୍ଯନ ଅମନ ଜେନା ଦ୍ବିତୀୟ ଓ ଆଦିତ୍ୟ ନାରାୟଣ ସାହୁ ୩ୟ ସ୍ଥାନ ଅଧିକାର କରିଛନ୍ତି । ସେହିପରି ଉପ ବରିଷ୍ଠ ବର୍ଗରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ବିଶ୍ବବିଜିତା ମହାନ୍ତି ପ୍ରଥମ ସ୍ଥାନ ଅଧିକାର କରିଥିଲା .ବେଳେ ମାଳିସାହି ସରସ୍ୱତୀ ଶିଶୁ ବିଦ୍ଯା ମନ୍ଦିର ର ପ୍ରତୀକ୍ଷା ପ୍ରିୟଦର୍ଶିନୀ ଦ୍ବିତୀୟ ଓ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ସଚିନ୍ ପାତ୍ର ୩ୟ ସ୍ଥାନ ଅଧିକାର କରିଛନ୍ତି। କନିଷ୍ଠ ବର୍ଗରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ର ରୌନକ ପାତ୍ର ପ୍ରଥମ ସ୍ଥାନ ଅଧିକାର କରିଥିଲା ବେଳେ ଭାପୁର ସରସ୍ୱତୀ ଶିଶୁ ବିଦ୍ଯା ମନ୍ଦିର ର ଶୁଭ୍ରସ୍ମିତା ଶୁକ୍ଳା ଦ୍ବିତୀୟ ଓ ଲବେଶ ଅଗ୍ରଓ୍ୱାଲ ୩ୟ ସ୍ଥାନ ଅଧିକାର କରିଛନ୍ତି। ଉପ କନିଷ୍ଠ ବର୍ଗରେ ସରସ୍ୱତୀ ଶିଶୁ ବିଦ୍ଯା ମନ୍ଦିର ରଣପୁର, ନୂଆଗାଁ ର ମହେଶ ନାହାକ ପ୍ରଥମ ହୋଇଥିଲା ବେଳେ ସରସ୍ୱତୀ ଶିଶୁ ବିଦ୍ଯା ମନ୍ଦିର, ଖମାରସାହି ର ସମ୍ଭାବନା ପରିଡା ଦ୍ବିତୀୟ ଓ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ର ପ୍ରାଚୀ ପ୍ରଜ୍ଞା ୩ୟ ସ୍ଥାନ ଅଧିକାର କରିଛନ୍ତି । ଏହି ପ୍ରକଳ୍ପ ଗୁଡିକ ରାଜ୍ଯ ସ୍ତରୀୟ ବିଜ୍ଞାନ ମେଳାରେ ଭାଗନେବା ପାଇଁ ଚୟନ ହୋଇଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ସଂସ୍ଥାନ ଜିଲ୍ଲା କାର୍ଯ୍ଯକର୍ତ୍ତା ଅବିନାଶ ସାହୁ ଉପସ୍ଥିତ ଥିଲାବେଳେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ସମସ୍ତ ଗୁରୁଜୀ ଗୁରୁମା ମାନେ ଅକ୍ଳାନ୍ତ ପରିଶ୍ରମ କରି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ। ପରିଶେଷରେ ଜିଲ୍ଲା ସଂଯୋଜକ ମନୋରଂଜନ ପଣ୍ଡା ଧନ୍ଯବାଦ ଅର୍ପଣ କରିଥିଲେ। Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା by Proprietor Abhimanyu Maharana October 4, 2026 ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍ର ଆକ୍ୱାଗାର୍ଡ ଉପହାର by Proprietor Abhimanyu Maharana October 4, 2026 ଇଟାମାଟିରେ ରକ୍ତଦାନ ଶିବିର by Proprietor Abhimanyu Maharana October 4, 2026 ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ by Proprietor Abhimanyu Maharana October 4, 2026 ରଣଜୀ ଟ୍ରଫି ପାଇଁ ଇଷ୍ଟ କୋଷ୍ଟ ରେଲୱେ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ଭାରତୀୟ ରେଳ କ୍ରିକେଟ୍ ଦଳ ଚୂଡ଼ାନ୍ତ by Proprietor Abhimanyu Maharana October 4, 2026 ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି by Proprietor Abhimanyu Maharana October 3, 2026