୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ :-> ଓଡ଼ିଶା ସରକାରଙ୍କର ମହିଳା ଓ ଶିଶୁ ବିକାଶ ବିଭାଗର ମହିଳା ସଶକ୍ତିକରଣ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ସୁଭଦ୍ରା`ଯୋଜନାର ଶୁଭାରମ୍ଭ ଆଜି ହୋଇଯାଇଛି । ଏହି କ୍ରମରେ ସ୍ଥାନୀୟ କରୋନେସନ ପଡ଼ିଆରେ ଫୁଲବାଣୀ ବ୍ଲକ ଓ ଫୁଲବାଣୀ ପୌରାଞ୍ଚଳର ମିଳିତ ସହଯୋଗରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେହିପରି, ଫୁଲବାଣୀ ପଞ୍ଚାୟତ ସମିତି ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଅଧିନରେ ଗୃହ ପ୍ରବେଶ କାର୍ଯ୍ୟକ୍ରମ ଓ କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ସହିତ ସ୍ଵଛତା ହିଁ ସେବା କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ଗୃହ ସମ୍ପୂର୍ଣ୍ଣ ହୋଇଥିବା ହିତାଧିକାରୀଙ୍କୁ ଗୃହ ପ୍ରବେଶ ପାଇଁ ଚାବି ବଣ୍ଟନ କରାଯାଇଥିବାବେଳେ ଏହି ଯୋଜନା ଅଧିନରେ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା ।

