Home ଓଡ଼ିଶା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। ଏହି ପଦଯାତ୍ରାକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ଟାଉନ ହୋଲ୍ ଠାରୁ ବାହାରି ବିଜୁ କଲ୍ୟାଣ ମଣ୍ଡପ ପର୍ଯ୍ୟନ୍ତ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଉପସ୍ଥିତ ରେ ବିଶାଲ ପଦଯାତ୍ରା ର ହିତାଧିକାରୀଙ୍କୁ ସଚେତନତା କରଯାଇଥିଲା । ପଦଯାତ୍ରା ପରେ ପରେ ବିଜୁ କଲ୍ୟାଣ ମଣ୍ଡପ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ଏଥିରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମ୍ମାନିତ ଅତିଥି ଭାବରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ , ପାରଳା ନିର୍ବାହୀ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ ସମେତ , ସ୍ଵୟଂ ସହାୟକ ଗୋଷ୍ଠୀ ମୁଖ୍ୟ ସଦସ୍ୟ ପ୍ରମୁଖ ଯୋଗଦେଇଥିଲେ। ଏହି ସଭାରେ ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳା ମାନଙ୍କୁ ସଚେତନତାର ବାର୍ତ୍ତା କିପରି ପହଞ୍ଚି ପାରିବ ସେ ବିଷୟରେ ସମସ୍ତ ଅତିଥି ମାନେ କହିଥିଲେ। ଅଜିର ଏହି ସୁଭଦ୍ରା ସ୍ଵାଗତ ପଦଯାତ୍ରାର ଉଦ୍ଦେଶ୍ୟ ହିତାଧିକାରୀଙ୍କୁ ଘରେ ଘରେ ସୁଭଦ୍ରା ଯୋଜନାର ବାର୍ତ୍ତା ପହଞ୍ଚାଇବା ଓ ସରକାରଙ୍କ ନିର୍ଦ୍ଦେଶ ମୁତାବକ ସୂଚନା, ଶିକ୍ଷା ଓ ସଞ୍ଚାର ଜରିଆରେ ବିଭିନ୍ନ ମାଧ୍ୟମରେ ପ୍ରଚାର ପ୍ରସାର କାର୍ଯ୍ୟ ଚାଲୁରହିଛି। ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ,ମିଶନ ଶକ୍ତି ଶ୍ରୀ ଟିମନ ବାର, ମିଶନ ଶକ୍ତି ପ୍ରୋଗ୍ରାମ ଅଫିସର୍ ଶ୍ରୀମତୀ ମନସ୍ମିତ ପାତ୍ର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ। Categories: ଓଡ଼ିଶା, ଗଜପତି, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026