୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଥିବା ବେଳେ ଏବେ ଜଙ୍ଗଲରେ ଆହୁରି ଗଞ୍ଜେଇ ଚାଷ ହୋଇଥିବା ଜଣାପଡିଛି। ଏହା ପୋଲିସ ପାଇଁ ଚିନ୍ତାର କାରଣ ହୋଇଛି।

