Home ଓଡ଼ିଶା ରାଜ୍ୟ ସ୍ତରୀୟ ଖୋ ଖୋ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ ଜିଲ୍ଲା :-> ପୁରୀ ଜିଲ୍ଲା ସ୍କୁଲ୍ ଠାରେ ରାଜ୍ୟ ବିଦ୍ୟାଳୟ ସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଆସନ୍ତା ତା- ୨୨-୯-୨୪ ରିଖ ଠାରୁ ଆରମ୍ଭ ହେଉଛି । ଏହା ଦୀର୍ଘ ପାଞ୍ଚ ଦିନ ଧରି ପରିଚାଳିତ ହେବ । ଏଥିରେ ଉଭୟ ବାଳକ ବାଳିକା ବିଭାଗର ରାଜ୍ୟର ୩୦ ଗୋଟି ଜିଲ୍ଲାରୁ ପ୍ରାୟ ୧୫୦୦ ରୁ ଊର୍ଦ୍ଧ୍ବ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ଏଥିପାଇଁ ଆଜି ଅପରାହ୍ଣ ୩ ଘଟିକା ସମୟରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ସ୍କୁଲ୍ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପିଲାମାନଙ୍କର ରହିବା ଓ ଖାଇବା ଆଦି ସାମଗ୍ରିକ ବିଷୟରେ ଆଲୋଚନା କରାଯାଇ ବିଭିନ୍ନ ପଦକ୍ଷେପ ନିଆଯିବା ପାଇଁ ସ୍ଥିର କରାଯାଇଛି । ପ୍ରତି କ୍ଷେତ୍ରରେ ଯେପରି କୋୖଣସି ଅସୁବିଧା ନ ହୁଏ ସେଥିପାଇଁ ବ୍ୟବସ୍ଥା କଡ଼ାକଡ଼ି ଭାବେ କରାଯାଉଛି । ଏଥିରେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଦୀପକ କୁମାର ପାଢ଼ୀ ସଭାପତିତ୍ବ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ହିମାଂଶୁ ଭୂଷଣ ସମରଥ, ପୁରୀ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀଯୁକ୍ତ ଚନ୍ଦନ କୁମାର ସାହୁ, ବିଇଓ, ପୁରୀ ସଦର ପ୍ରମୋଦ କୁମାର କର, ବିଇଓ ଗୋପ, ସୁଶୀଲ କୁମାର ବ୍ରହ୍ମା, ବିଇଓ ସତ୍ୟବାଦୀ , ଡେଲାଙ୍ଗ ଓ ଅସ୍ତରଂଗ ଭବମ୍ ପ୍ରଧାନ, ବିନୋଦ ପ୍ରମାଣିକ ଓ ଶତ୍ରୁଘ୍ନ ବେହେରା ଉପସ୍ଥିତ ଥିଲେ । ପୁରୀ ଜିଲ୍ଲା ସ୍କୁଲ୍ ପ୍ରଧାନ ଶିକ୍ଷକ ଜ୍ୟୋତିର୍ମୟୀ ମିଶ୍ର ଓ ଅନ୍ୟାନ୍ୟ ପ୍ରଧାନ ଶିକ୍ଷକ, କ୍ରୀଡ଼ା ଶିକ୍ଷକ ତଥା ଅନ୍ଯ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ। ଜିଲ୍ଲା ବିଦ୍ୟାଳୟ ସମୂହ କ୍ରୀଡାଧିକାରୀ ମହେନ୍ଦ୍ର କୁମାର ବିଶ୍ବାଳ ବୈଠକ ପରିଚାଳନା କରିଥିଲେ । Categories: ଓଡ଼ିଶା, ପୁରୀ, ହୋମ୍ Related Content ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026 ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 29, 2026 ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ by Proprietor Abhimanyu Maharana September 29, 2026 ସଂସ୍କାର ଭାରତୀ, ଉତ୍କଳ ପୂର୍ଵ ପ୍ରାନ୍ତ ତରଫରୁ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି by Proprietor Abhimanyu Maharana September 29, 2026