୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ତେବେ ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ମଧ୍ୟ ଏହି ଯୋଜନାର ପ୍ରାରମ୍ଭ ହୋଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଦେବେନ୍ଦ୍ରପୁର ଠାରେ ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାରିପଦା ପୌରାଞ୍ଚଳର ଅଧ୍ୟକ୍ଷ ଶ୍ରୀ କୃଷ୍ଣାନନ୍ଦ ମହାନ୍ତି ଏବଂ ବିଶିଷ୍ଟ ଅତିଥି ଭାବେ ଶ୍ରୀମତୀ ଭାରତୀ ହାଁସଦା ଯୋଗ ଦେଇଥିଲେ ।

