୧୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଭୁବନେଶ୍ୱରରେ ପହଞ୍ଚି ଜନତା ମୈଦାନରେ ଏହି ଯୋଜନାର ଶୁଭାରମ୍ଭ କରି କହିଛନ୍ତି ଯେ ଆଗାମୀ ଦିନରେ ଓଡିଶାର ମହିଳାମାନଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟର ବିକାଶର ମୂଳମନ୍ତ୍ର ହେବ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ସବୁଠି ଖୁସି ଓ ଆନନ୍ଦର ପରିବେଶ ଦେଖିବାକୁ ମିଳିଥିଲା। ଭୁବନେଶ୍ୱରରେ ଲକ୍ଷାଧିକ ମହିଳା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମା’ମାନଙ୍କ ମୁହଁରେ ଖୁସିର ଲହରୀ ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ ଯେ, ଏହି ଯୋଜନା ରାଜ୍ୟର ସବୁଠାରୁ ବଡ, ବ୍ୟକ୍ତିଗତ ମହିଳାକୈନ୍ଦ୍ରିକ ଯୋଜନା। ଏଥିରେ ୫ ହଜାର ଟଙ୍କା ଲେଖାଏଁ ଦୁଇଟି କିସ୍ତିରେ ପ୍ରତି ବର୍ଷ ୧୦ ହଜାର ଟଙ୍କା ଦିଆଯିବ। ୫ ବର୍ଷରେ ମିଳିବ ୫୦ ହଜାର ଟଙ୍କା । ଗୋଟିଏ କିସ୍ତି ଆନ୍ତର୍ଜାତିକ ମହିଳା ଦିବସ ମାର୍ଚ୍ଚ ୮ ତାରିଖ ଏବଂ ଦ୍ୱିତୀୟ କିସ୍ତି ରାକ୍ଷୀ ପୂର୍ଣ୍ଣିମା ଦିନ ଦିଆଯିବ।
