୧୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ଜିଲ୍ଲାର ଏକମାତ୍ର ସରକାରୀ ମହାବିଦ୍ୟାଳୟ ୨୦୧୬ ମସିହାରେ ସ୍ଥାପିତ ହୋଇ ବିଜ୍ଞାନ ଓ କଳା ଶ୍ରେଣୀରେ ଶିକ୍ଷାଦାନ ଅବ୍ୟାହତ ରଖିଥିବାବେଳେ ଏଠାରେ ଇଂରାଜୀ ବିଷୟରେ ସମ୍ମାନ ନଖୋଲିବା ଯୋଗୁଁ ଏହି ଅଞ୍ଚଳର ଛାତ୍ରଛାତ୍ରୀମାନେ ବହୁ ଆବଶ୍ୟକୀୟ ଇଂରାଜୀ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି l ସୂଚନାଯୋଗ୍ୟ ଯେ ସରକାର ଇତି ମଧ୍ୟରେ ଦୁଇଜଣ ଉଚ୍ଚଶିକ୍ଷିତ ଓଡ଼ିଆ ଲୋକସେବା ଆୟୋଗ ଦ୍ବାରା ମନୋନୀତ ଇଂରାଜୀ ଭାଷା ଅଧ୍ୟାପକ କଲେଜରେ ନିଯୁକ୍ତି ଦେଇସାରିଛନ୍ତି l
ଇଂରାଜୀ ସମ୍ମାନ ଯୁକ୍ତ ତିନି ଶ୍ରେଣୀରେ ଖୋଲିବା ନିମନ୍ତେ ମହାବିଦ୍ୟାଳୟର ଅଧ୍ୟକ୍ଷ ଗତ ଶିକ୍ଷା ବର୍ଷଠାରୁ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗକୁ ପତ୍ର ମାଧ୍ୟମରେ ଜଣାଇଥିବା ସୂଚନା ମିଳେ l ଏହା ବ୍ୟତୀତ ସ୍ଥାନୀୟ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଏବଂ ପୂର୍ବତନ ଜିଲ୍ଲାପାଳ ପୃଥକ ଭାବେ ରାଜ୍ୟ ସରକାରଙ୍କୁ ପତ୍ର ମାଧ୍ୟମରେ ବହୁବାର ଅନୁରୋଧ କରିଥିଲେ ମଧ୍ୟ କିଛି ସୁଫଳ ଅଦ୍ୟାବଧି ମିଳିପାରିନାହିଁ l
