୧୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ପରିଷଦ ୫୨ତମ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଗବାରା ତିରୁପତି ରାଓଙ୍କ ଅଧ୍ୟକ୍ଷତା କରିଥିବା ବେଳେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ପ୍ରତ୍ୟେକ ତତ୍ତ୍ବାବଧାନରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା ଶ୍ରୀମତୀ କୁନ୍ତଳା ମଲ୍ଲିକ, ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ମାନ୍ୟବର ବିଧାୟକ ମୋହନା,ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ ,ବ୍ରହ୍ମପୁର ସାଂସଦ ପ୍ରତିନିଧି ଶ୍ରୀ ଧାରାପୁ ରାଜେଶ୍ କୁମାର,ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଡ଼.ଗୁଣନିଧି ନାୟକ ମଞ୍ଚାସୀନ ଥିବା ବେଳେ ଜିଲ୍ଲାର ସମସ୍ତ ଜିଲ୍ଲା ପରିଷଦର ସଭ୍ୟ/ସଭ୍ୟା, ବ୍ଲକ୍ ଅଧ୍ୟକ୍ଷ/ଅଧ୍ୟକ୍ଷା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲାଇନ୍ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

