୧୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ – ୨୦୨୪ କାର୍ଯ୍ୟକ୍ରମ ସ୍ଥାନୀୟ ନଗର ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ,

