
୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ, ସଚିବ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନ ରେ, ନୟାଗଡ ପୋଲିଶ ପ୍ରଶିକ୍ଷଣ ବିଦ୍ୟାଳୟ ଠାରେ ଏସିଡ ଆକ୍ରମଣ, ନିରାକରଣ, କ୍ଷତିପୂରଣ ଏବଂ ପ୍ରବାସୀ ଶ୍ରମିକ ଙ୍କ ସମସ୍ୟା ଓ ସମାଧାନ ଉପରେ ଏକ ଆଇନ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇ ଯାଇଅଛି । ପ୍ରଶିକ୍ଷଣ କେନ୍ଦ୍ର ଅଧକ୍ଷ ଶ୍ରୀ ଭବେଶ କୁମାର ନାୟକ ସ୍ଵାଗତ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ ।

