୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ :-> ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୋଏଡ଼ା ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବେ ବୋଲି ଜଣାଯାଇଛି । ୨୦୨୫ ମସିହା ଫେବୃଆରୀ ୨ ତାରିଖର ଶୁଭ ଅବସରରେ ନୋଏଡାର ସେକ୍ଟର ୧୨୧ ସ୍ଥିତ ମନ୍ଦିର ପରିସରରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ମହା ସମାରୋହରେ ରାଷ୍ଟ୍ରପତି ସାମିଲ ହେବାକୁ ମୌଖିକ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି। ମନ୍ଦିର ପରିଚାଳନା କରୁଥିବା ଶ୍ରୀ ଜଗନ୍ନାଥ ସମିତି ତରଫରୁ ସାଧାରଣ ସମ୍ପାଦକ ବିଶିଷ୍ଟ ଚାଟାର୍ଡ ଏକାଉଣ୍ଟାଣ୍ଟ ଡ. ମନୋରଞ୍ଜନ ମହାନ୍ତିଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ନିକଟରେ ରାଷ୍ଟ୍ରପତି ଭବନଠାରେ ଶ୍ରୀମତୀ ମୁର୍ମୁଙ୍କୁ ସାକ୍ଷାତ କରି ଆନୁଷ୍ଠାନିକ ଭାବରେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ଏହି ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ଉପ-ସଭାପତି ପ୍ରମୋଦ ବାହାଲ, ଯୁଗ୍ମ ସମ୍ପାଦକ ଧନେଶ୍ଵର ନାୟକ, କୋଷାଧ୍ୟକ୍ଷ ଦିଲ୍ଲୀପ କୁମାର ସ୍ଵାଇଁ, ସଦସ୍ୟ ଦେବବ୍ରତ ମିଶ୍ର ଏବଂ ସୁବ୍ରତ କୁମାର ଜେନା ପ୍ରମୁଖ ଅନର୍ଭୂକ୍ତ ଥିଲେ।

