୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ୧୩ ଟି କ୍ଲଷ୍ଟରରେ ଥିବା ସମସ୍ତ ବିଦ୍ୟାଳୟ ରେ ବିଦ୍ୟାଳୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ସୂଚନା ଅନୁଯାୟୀ କୋରଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ , କବିତା ଦାସ,ସି ଆର୍ ସି ସି ଶ୍ରୀନିବାସ ରଥ ପ୍ରମୁଖ ଯୋଗ ଦେଇ ଏହି କାର୍ଯ୍ୟକ୍ରମ ଦ୍ବାରା ଛାତ୍ର ଛାତ୍ରୀ ମାନଙ୍କ କିପରି ଅନ୍ତର୍ନିହିତ ଗୁଣାବଳି ର ବିକାଶ ହୋଇଥାଏ ସି ଉପରେ କହିଥିଲେ।କୋରଡ଼ା ମା ତାରିଣୀ ସ୍ଵୟଂ ସହାୟିକା ଗୋଷ୍ଠୀ ଦ୍ଵାରା ଛାତ୍ର ଛାତ୍ରୀ ମାନଙ୍କୁ ତିଥି ଭୋଜନ ଦିଆଯାଇଥିଲା।
