୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍ଘାଟନ କରିଛନ୍ତି ।

