Home ଅପରାଧ ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ଜୋରିମାନା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୯ବର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାରେ ୧୫ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ଧନୁ ନାୟକ ୬୧ବର୍ଷ, ପିତା ସ୍ବର୍ଗତ ସଦା ନାୟକ ଗ୍ରାମ କନାଡି, ରାଇକିଆ, କନ୍ଧମାଳ ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ଟ୧୫,୦୦୦ଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ଅଧୂକ ୩ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ର ସ୍ବତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ । ସୁଚନା ଅନୁସାରେ ଗତ ତା, ୦୮.୦୩.୨୦୨୧ ରିଖ ଦିନ ବାପା ଓ ମା ଇଟା କାମ କରିବାକୁ ଯାଇଥିଲେ ଏବଂ ପିଡୀତା ଏକୁଟିଆ ଘରେ ଥିବାର ସୁଯୋଗ ନେଇ ଅଭିଯୁକ୍ତ ପିଡୀତା କୁ ଘର ଭିତରକୁ ଟେକି ନେଇ ଦୁଷ୍କର୍ମ କରିଥିଲା । ପିଡୀତା ର ମାଆ କାମରୁ ଘରକୁ ଫେରି କବାଟ ବାଡେଇ, ଜୋର୍ ରେ ଧକ୍କା ଦେଇ ଠେଲି ପଶି ଦେଖେଲା ଯେ ଅଭିଯୁକ୍ତ ପିଡୀତା କୁ ଦୁଷ୍କର୍ମ କରୁଥିଲା, ଫଳରେ ପିଡୀତା ର ଚେତା ବୁଡିଯାଇଥିଲା। ଅଭିଯୁକ୍ତ ପିଡୀତା ର ମାଆ କୁ ଠେଲିଦେଇ ଗାଲରେ ଚାପୁଡ଼ା ମାରି ଲୁଙ୍ଗି ଧରି ପଳାଇ ଯାଇଥିଲା । ଅଭିଯୁକ୍ତ ର ପୁଅ ଏକଥା କାହାକୁ କହିଲେ କିମ୍ବା ଥାନାରେ ଲିଖିତ ଅଭିଯୋଗ କଲେ ଜୀବନରେ ମାରିଦେବି ବୋଲି ଧମକ ଦେଇଥିଲା । ପିଡୀତା ର ମାଆ ରାଇକିଆ ଥାନା ରେ ଲିଖିତ ଅଭିଯୋଗ କରିଥିଲେ । ଥାନାଧିକାରୀ ତରଣ ତପନ ବେହେରା ଥାନା କେଶ୍ ନମ୍ବର୍ -୩୦/ତା ୦୯.୦୩.୨୦୨୧ ରିଖ ରେ ରେଜିଷ୍ଟ୍ରେସନ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ରେ ହାଜର କରାଇଥିଲେ । ପୋକ୍ସ କୋର୍ଟ ର ବିଚାରପତି ଉକ୍ତ ରାୟ ଆଜି ଶୁଣାଇ ଛନ୍ତି ଏବଂ ପିଡୀତା କୁ କ୍ଷତିପୂରଣ ଅର୍ଥ ପାଞ୍ଚ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଲିଗାଲ୍ ଏଡ୍ କର୍ତ୍ତୃପକ୍ଷ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । Categories: ଅପରାଧ, ଓଡ଼ିଶା, କନ୍ଧମାଳ, ପୁରୀ, ହୋମ୍ Related Content ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026 Utkal Hospital Observes World Heart Day by Proprietor Abhimanyu Maharana October 1, 2026