୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବଲାଙ୍ଗିର :-> ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂତନ ଓ ଲୋକଙ୍କ ସରକାର୧୦୦ ଦିନ ପୂରଣ କରିଛି । ଏହି ୧୦୦ ଦିନ ମଧ୍ୟରେ ରାଜ୍ୟ ସରକାର ଓଡିଶାବାସୀଙ୍କ ସର୍ବାଙ୍ଗୀନ ଉନ୍ନତିପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଆପଣମାନେ ମର୍ମେ ମର୍ମେ ଅନୁଭବ କରୁଥିବେ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଓ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ପ୍ରକାଶ କରିଛନ୍ତି ।
