୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲୁଗାଁ :-> ବାଲୁଗାଁ ମହାବିଦ୍ୟାଳୟର ଶିକ୍ଷା ବିଭାଗ ଆନୁକୂଲ୍ୟରେ ଆଜି “ଶ୍ରୀମଦ ଭାଗବତ ଓ ସାମାଜିକ ମୂଲ୍ୟବୋଧ ” ଶୀର୍ଷକ ଏକ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ପ୍ରାରମ୍ଭରେ ଅତିଥିମାନେ ଶ୍ରୀ ଜଗନ୍ନାଥଙ୍କ ମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଆଲୋଚନା ଚକ୍ରକୁ ଉଦଘାଟନ କରିବା ପରେ ଛାତ୍ରୀମାନେ ଅତିବଡ଼ୀ ଜଗନ୍ନାଥ ଦାସଙ୍କ କୃତ ଶ୍ରୀମଦ ଭାଗବତ ଆବୃତ୍ତି କରିବା ପରେ ସେମିନାର ସଂଯୋଜିକା ଅଧ୍ୟାପିକା ସ୍ୱାତୀ ସ୍ଵାଗତିକା ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l

