୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ନିର୍ଦ୍ଦେଶରେ ଆଜି ବିଭିନ୍ନ ବ୍ଲକରେ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଛି । ଶାଖା ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ବୈଦ୍ୟଭୂଷଣ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଭିନ୍ନ ବ୍ଲକକୁ ଯାଇ ଅନେକ ବିଷୟରେ ଆଲୋଚନା କରିଛନ୍ତି । ଭାପୁର ବ୍ଲକରେ ଭାପୁର ପ୍ରେସ କ୍ଲବ ଶିଶିର କୁମାର ସାହୁ, ରଞ୍ଜନ କୁମାର ମହାପାତ୍ରଙ୍କ ସହ ଅନେକ ସାମ୍ବାଦିକ ଉପସ୍ଥିତ ରହି ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ଆଲୋଚନା କରିଥିଲେ ।

