୨୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌରପରିଷଦ ରେ ଦିର୍ଘ ଦିନର ଅସ୍ଥିରତା ପରେ ପୌରଉପାଧ୍ୟକ୍ଷା ଶ୍ରୀମତୀ ପାୟଲ ବେହେରା ଆନୁଷ୍ଠାନିକ ଭାବରେ ପୌରାଧ୍ଯକ୍ଷା ଦାୟୀତ୍ବ ଗ୍ରହଣ କରିଛନ୍ତି । ଗତ ଜୁଲାଇ ମାସ ୨୩ ତାରିଖଠାରୁ ଅନାସ୍ଥା ପ୍ରସ୍ତାବ ବୈଠକରେ ଅନାସ୍ଥା ପ୍ରସ୍ତାବ କାୟମ ରହିବା ଯୋଗୁଁ ପୁର୍ବତନ ପୌରାଧ୍ଯକ୍ଷା ଶ୍ରୀମତୀ ସ୍ମିତାରାଣୀ ମହାନ୍ତି ତାଙ୍କ ପଦବୀ ହରାଇଛନ୍ତି । ଫଳରେ ପୌରପରିଷଦର ନିୟମ ଅନୁସାରେ ଉପାଧ୍ଯକ୍ଷା ଅଧ୍ଯକ୍ଷା ହୋଇଛନ୍ତି । ଗତ ୨୧ ତାରିଖରେ କନ୍ଧମାଳ ଜିଲ୍ଲାପାଳ ତାଙ୍କୁ ଓଡିଶା ମୁନିସିପାଲିଟି ଆକ୍ଟ-୮୯ (ଏ) ୧୯୫୦ ଅନୁସାରେ ଆନୁଷ୍ଠାନିକ ଭାବରେ ପୌରାଧ୍ଯକ୍ଷା ଭାବରେ ସମସ୍ତ ଆନୁଷ୍ଠାନିକ ସୁବିଧା ଏବଂ ଅଧିକାର ପ୍ରଦାନ କରିବାକୁ ଏକ ଚିଠି ଜରିଆରେ ନିର୍ଦ୍ଦେଶ ଦେଇଛନ୍ତି ।
