୨୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ଯୋଗଦେଇ ଶୁଭାରମ୍ଭ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା,ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରମୋଦ କୁମାର ପଣ୍ଡା ଅତିଥି ଭାବେ ଯୋଗଦେଇ ରକ୍ତଦାନ ଶିବିର ଉଦଘାଟନ କରିଥିଲେ ।

