୨୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲା ସ୍ତରୀୟ ପୋଷଣ ମାସ ପାଳିତ ହୋଇଯାଇଛି। ବିଭାଗର ସମସ୍ତ କର୍ମଚାରୀ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ନେଇ ଏକ ପୋଷଣ ମାସର ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ପରେ ପରେ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ,ମିଶନ ଶକ୍ତି ଶ୍ରୀ ଟିମନ ବାରା,ସମାଜ ମଙ୍ଗଳ ବିଭାଗ ପ୍ରୋଗ୍ରାମ ଅଫିସର ଶ୍ରୀମତୀ କେ.ସୁନିତା , ଆୟୁଷ ମେଡିକାଲ ଅଫିସର ଗାରାବନ୍ଧ ଡାକ୍ତର ପୁର୍ଣ୍ଣ ଚନ୍ଦ୍ର ପାତ୍ର ପ୍ରମୁଖ ମଞ୍ଚଷିନ ଥିଲେ ।

