୨୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> କେନ୍ଦ୍ର ସରକାରଙ୍କ ଗୃହ ଓ ସହରାଞ୍ଚଳ ବିକାଶ ମନ୍ତ୍ରଣାଳୟ ଓ ଜଳ ଶକ୍ତି ମନ୍ତ୍ରଣାଳୟ ମିଳିତ ଆନୁକୂଲ୍ୟରେ ସ୍ୱଚ୍ଛ ଭାରତ ଅଭିଯାନ ଅଧିନରେ ଗତ ୧୭ତାରିଖରୁ ଆରମ୍ଭ ହୋଇଛି ସ୍ୱଚ୍ଛତା ହିଁ ସେବା ଅଭିଯାନ। ଏହି ପରିପ୍ରେକ୍ଷୀରେ ପୌର ପରିଷଦ, ହିଞ୍ଜିଳିକାଟୁ ପକ୍ଷରୁ ସହରର ସ୍ୱଚ୍ଛତାକୁ ପ୍ରାଧାନ୍ୟ ଦିଆଯାଇ ବିବିଧ ପ୍ରକାରର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ତତ୍ତ୍ଵାବଧାନରେ ମଙ୍ଗଳବାର ସ୍ଥାନୀୟ ପୌରାଞ୍ଚଳ ସ୍ଥିତ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ନେଇ କେନ୍ଦ୍ରୀୟ ବିଦ୍ୟାଳୟ ଓ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଚିତ୍ରାଙ୍କନ ଓ ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

