କବି ହରିହର ମିଶ୍ରଙ୍କ ବିୟୋଗରେ ଶୋକସଭା

୨୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲୁଗାଁ  :->  ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦ ତଥା ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ଆଜି ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ,ଶିକ୍ଷାବିତ ଓ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି କବି ହରିହର ମିଶ୍ରଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ସ୍ବର୍ଗତ ମିଶ୍ରଙ୍କ ଉଦ୍ଦେଶ୍ୟରେ ଛାତ୍ର ଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାମାନେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ l

ଏହା ପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଓଡ଼ିଆ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଅବସରରେ ଅନୁଷ୍ଠିତ ଉକ୍ତ ଶୋକସଭାରେ +୨ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ, ଦର୍ଶନ ବିଭାଗ ମୁଖ୍ୟ ଡକ୍ଟର କୈଳାସ ଚନ୍ଦ୍ର ମହାରଣା,ଓଡ଼ିଆ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ଝରଣା ନାଥ, ସେମିନାର ସଂଯୋଜକ ଡକ୍ଟର ପୂର୍ଣଚନ୍ଦ୍ର ସାମନ୍ତରାୟ,ଅଧ୍ୟାପକ ଧୋବୀ ଚରଣ ପରିଡା,ଅଧ୍ୟାପିକା ଶୁଭଦର୍ଶିନୀ ବିଶ୍ୱାଳ ପ୍ରମୁଖ ଯୋଗଦେଇ ପ୍ରଫେସର ହରିହର ମିଶ୍ରଙ୍କ କାଳଜୟୀ ସାହିତ୍ୟର ପ୍ରଭାବ,ଓଡ଼ିଆ ବାଣୀ ଭଣ୍ଡାରକୁ ଅବଦାନ ଓ ଓଡିଶା ସାହିତ୍ୟ ଏକାଡେମୀରେ ତାଙ୍କର ପ୍ରତିବଦ୍ଧତା ସମ୍ପର୍କରେ ଆଲୋଚନା କରିଥିଲେ l ସ୍ବର୍ଗତ ମିଶ୍ରଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଜଗତର ଅପୂରଣୀୟ କ୍ଷତି ଘଟିଲା ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ l

Exit mobile version