୨୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ଓ ଓଡିଶା ଫୁଟବଲ ଏସୋସିଏସନର ସହଯୋଗୀତାରେ ଅନୁଷ୍ଠିତ ସାହାଣୀ କପ – ୨୦୨୪ ଉଦଘାଟିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମହାରାଣୀ ରଶ୍ମି ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ ସାହାଣୀ କପ – ୨୦୨୪ କୁ ଉଦଘାଟନ କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଅତିଥି ଭାବେ ଫାଓର ଉପ ସଭାପତି ପଦ୍ମଲୋଚନ ଲେଙ୍କା, ଅସିତ ପତି, ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ଉପ ସଭାପତି ବିବେକାନନ୍ଦ ପଟ୍ଟନାୟକ, ସୁବ୍ରମନିୟମ ମହାନ୍ତି, ମନୋଜ ସାଓ,
