୨୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୁରୀ ଜିଲ୍ଲା ପ୍ରଶାସନ ଓ ସମଗ୍ର ଶିକ୍ଷା ମିଳିତ ଆନୁକୁଲ୍ୟରେ ବୁଧବାର ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନିପୁଣ ଓଡ଼ିଶା ମିଶନ କାର୍ଯ୍ୟକ୍ରମର ଜିଲ୍ଲାସ୍ତରୀୟ ଶୁଭ ଉନ୍ମୋଚନ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଦୀପକ କୁମାର ପାଢୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ହିମାଂଶୁ ଭୂଷଣ ସମରଥ,ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନର ଅଧ୍ୟକ୍ଷ ଶ୍ରୀଯୁକ୍ତ ସନ୍ତୋଷ କୁମାର ପରିଡ଼ା,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ତନୁପ୍ରଭା ବେଉରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ମନୋଜ କୁମାର ତ୍ରିପାଠୀ ଙ୍କ ଉପସ୍ଥିତିରେ ନିପୁଣ ଓଡ଼ିଶା ମିଶନ ଲୋଗୋ, ଲିଫ୍ଲେଟ ଓ ସଂଗୀତ ର ଶୁଭ ଉନ୍ମୋଚନ କରାଯାଇଥିଲା ।
