୨୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଖମନଖୋଲ ପଞ୍ଚାୟତ ପୁରୁଭଟ୍ଟା କ୍ଲଷ୍ଟରର ରାଇପଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଯୋଗଦେଇ ଦୀପଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l

