Home ଓଡ଼ିଶା ଜିଲ୍ଲାସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ବାରିପଦାସ୍ଥିତ ମହାରାଣୀ ପ୍ରେମକୁମାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ ହୋଇଯାଇଛି l ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେମିନାର କୁ ଉଦଘାଟନ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ବୈଜ୍ଞାନିକ ଚିନ୍ତାଧାରା ରେ ବ୍ରତୀ ହେବା ପାଇଁ ପରାମର୍ଶ ଦେଇଥିଲେ ।”କୃତ୍ରିମ ବୁଦ୍ଧିମତା ” ବିଷୟବସ୍ତୁ ଉପରେ ବିଭିନ୍ନ ବ୍ଳକରୁ ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ମାନେ ସେମାନଙ୍କର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ସମ୍ମାନିତ ଅତିଥି ଭାବେ ଏମପିକେ ସରକାରୀ ବାଳିକା ବିଦ୍ୟାଳୟ ର ପ୍ରଧାନଶିକ୍ଷୟିତ୍ରୀ ତାପସ କୁମାର ନାଏକ ଯୋଗ ଦେଇଥିଲେ । ଉଦ୍ଘାଟନୀ ସମାରୋହରେ କଣ୍ଟାପାଳ ହାଇସ୍କୁଲ ର ପ୍ରଧାନଶିକ୍ଷକ ଅମିତାଭ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ । କେସିଏମ ହାଇସ୍କୁଲ , ବାଲିଡିହା ପ୍ରଧାନଶିକ୍ଷକ ନଳୀନ କୁମାର କୌଧୁରୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ପୂର୍ବତନ ବିଜ୍ଞାନ ପରିଦର୍ଶକ ଜଗନ୍ନାଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବିଚାରକ ଭାବେ ବାରିପଦା ସ୍ଥିତ ପ୍ରାରମ୍ଭିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନର ଶିକ୍ଷକ ପ୍ରଶିକ୍ଷକ ଡ଼ ପ୍ରିୟ ରଞ୍ଜନ ଦାଶ , ବିବି ମହାବିଦ୍ୟାଳୟ , ବାଇଗଣବାଡିଆ ର ପ୍ରାଧ୍ୟାପକ ସୁବ୍ରତ କୁମାର ଦାସ ଯୋଗ ଦେଇଥିଲେ । ଶିକ୍ଷକ ବସନ୍ତ କୁମାର ଦତ୍ତ , ବିଷ୍ଣୁପଦ ଆଚାର୍ଯ୍ୟ , ନୟନ କୁମାର ଗିରି ,ମନୋଜ କୁମାର ପରିଡା , ଶିକ୍ଷୟିତ୍ରୀ ଅତସୀ କୁଣ୍ଡୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ସେମିନାର ରେ ପ୍ରଥମ ଯୋଗ୍ୟ ବିବେଚିତ ପ୍ରତିଯୋଗୀ ରାଜ୍ୟସ୍ତରୀୟ ବିଜ୍ଞାନ ସେମିନାର ରେ ଅଂଶଗ୍ରହଣ କରିବେ । କୃତୀ ପ୍ରତିଯୋଗୀ ଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ପୁରସ୍କୃତ କରିଥିଲେ l ଓଏଦ୍ଭି, ମହୁଲିଆ , ରାସଗୋବିନ୍ଦପୁର ବ୍ଲକ ର ଛାତ୍ରୀ ସୁହାନୀ ଘଟୁଆରୀ ପ୍ରଥମ , ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଝରାଡିହି, ବହଳଦା ର ଛାତ୍ରୀ ଶିକ୍ଷା ସିହ୍ନା ଦ୍ବିତୀୟ , ଓଏଭି ପାସନା,ଜାମଦା ବ୍ଳକର ବିବେକ ଜେନା ତୃତୀୟ ସ୍ଥାନ ଅଧିକାର କରିଛନ୍ତି l Categories: ଓଡ଼ିଶା, ମୟୁରଭଞ୍ଜ, ହୋମ୍ Related Content ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ by Proprietor Abhimanyu Maharana September 7, 2026 ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା by Proprietor Abhimanyu Maharana September 7, 2026 ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ by Proprietor Abhimanyu Maharana September 7, 2026 ନୟାଗଡ଼ରେ ଜିଲ୍ଲା ସ୍ତରୀୟ ନାରୀ ଜାଗରଣ ଶୋଭାଯାତ୍ରା ଓ ସମ୍ମିଳନୀ ଅନୁଷ୍ଠିତ by Proprietor Abhimanyu Maharana September 7, 2026