୨୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସିଆରସିସି ପ୍ରଶାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ସିତାପଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ପାତ୍ର ଯୋଗଦେଇ ଦୀପଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ମୁଖ୍ୟ ଅତିଥି ଭାବେ ଗୁମ୍ମା ହାଇସ୍କୁଲର ଶିକ୍ଷକ ଅସିତ କୁମାର ସାହୁ ଯୋଗ ଦେଇ ସୁରଭିର ମୁଖ୍ୟ ଉଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ l
